2 Corinthians 8:2 in Oriya 2 ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।
Other Translations King James Version (KJV) How that in a great trial of affliction the abundance of their joy and their deep poverty abounded unto the riches of their liberality.
American Standard Version (ASV) how that in much proof of affliction the abundance of their joy and their deep poverty abounded unto the riches of their liberality.
Bible in Basic English (BBE) How while they were undergoing every sort of trouble, and were in the greatest need, they took all the greater joy in being able to give freely to the needs of others.
Darby English Bible (DBY) that in a great trial of affliction the abundance of their joy and their deep poverty has abounded to the riches of their [free-hearted] liberality.
World English Bible (WEB) how that in much proof of affliction the abundance of their joy and their deep poverty abounded to the riches of their liberality.
Young's Literal Translation (YLT) because in much trial of tribulation the abundance of their joy, and their deep poverty, did abound to the riches of their liberality;
Cross Reference Deuteronomy 15:4 in Oriya 4 ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;
Nehemiah 8:10 in Oriya 10 ଆଉ, ନିହିମିୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”
Proverbs 11:25 in Oriya 25 ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।
Isaiah 32:5 in Oriya 5 ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।
Mark 12:42 in Oriya 42 ଆଉ ଜଣେ ଦରିଦ୍ର ବିଧବା ଆସି ଏକ ଅଳ୍ପ ମୂଲ୍ୟର ଦୁଇ ତମ୍ବା ପଇସା ସେଥିରେ ପକାଇଲା।
Luke 21:1 in Oriya 1 ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ଦାନ ପକାଉଥିବା ଦେଖିଲେ।
Acts 2:45 in Oriya 45 ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।
Romans 12:8 in Oriya 8 ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।
2 Corinthians 1:12 in Oriya 12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଇଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
2 Corinthians 6:10 in Oriya 10 ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଇଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
2 Corinthians 9:11 in Oriya 11 ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇ ପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଇଶ୍ବରଙ୍କ ଧନ୍ୟବାଦର କାରଣ ହେବ।
2 Corinthians 9:13 in Oriya 13 ଅର୍ଥାତ୍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତିବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଇଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି,
1 Thessalonians 1:6 in Oriya 6 ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
1 Thessalonians 2:14 in Oriya 14 କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦା ଦେଶସ୍ଥ ମଣ୍ଡଳୀସମୁହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୂଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହି ସବୁ ଦୁଃଖଭୋଗ କରୁଅଛ।
1 Thessalonians 3:3 in Oriya 3 ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥି ନିମନ୍ତେ ନିରୁପିତ ବୋଲି ତୁମ୍ଭେମାନେ ତ ଜାଣ।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
Revelation 2:9 in Oriya 9 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।