2 Corinthians 8:7 in Oriya 7 ଆଉ, ବିଶ୍ୱାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍ଯୋଗ, ପୁଣି, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହ କାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ।
Other Translations King James Version (KJV) Therefore, as ye abound in every thing, in faith, and utterance, and knowledge, and in all diligence, and in your love to us, see that ye abound in this grace also.
American Standard Version (ASV) But as ye abound in everything, `in' faith, and utterance, and knowledge, and `in' all earnestness, and `in' your love to us, `see' that ye abound in this grace also.
Bible in Basic English (BBE) And that as you are full of every good thing, of faith, of the word, of knowledge, of a ready mind, and of love to us, so you may be full of this grace in the same way.
Darby English Bible (DBY) but even as ye abound in every way, in faith, and word, and knowledge, and all diligence, and in love from you to us, that ye may abound in this grace also.
World English Bible (WEB) But as you abound in everything, in faith, utterance, knowledge, all earnestness, and in your love to us, see that you also abound in this grace.
Young's Literal Translation (YLT) but even as in every thing ye do abound, in faith, and word, and knowledge, and all diligence, and in your love to us, that also in this grace ye may abound;
Cross Reference Romans 15:14 in Oriya 14 ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।
1 Corinthians 1:5 in Oriya 5 କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;
1 Corinthians 4:7 in Oriya 7 କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି ? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କ'ଣ ଅଛି ? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ ?
1 Corinthians 8:1 in Oriya 1 ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।
1 Corinthians 12:13 in Oriya 13 ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ।
1 Corinthians 13:2 in Oriya 2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।
1 Corinthians 13:8 in Oriya 8 ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହି ସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।
1 Corinthians 14:12 in Oriya 12 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକାନ୍ତ ଚେଷ୍ଟା କରୁଥିବାରୁ ମଣ୍ଡଳୀର ନିଷ୍ଠା ନିମନ୍ତେ ସେହି ସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର।
2 Corinthians 7:7 in Oriya 7 ଆଉ, କେବଳ ତାଙ୍କ ଆଗମନ ଦ୍ୱାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ୱନା ଦ୍ୱାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଥିଲେ, ତାହା ଦ୍ୱାରା ମଧ୍ୟ ସାନ୍ତ୍ୱନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଉଦ୍ଯୋଗ, ତୁମ୍ଭମାନଙ୍କ ବିଳାପ, ମୋ' ସପକ୍ଷରେ ତୁମ୍ଭମାନଙ୍କ ଆଗ୍ରହ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି।
2 Corinthians 8:6 in Oriya 6 ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥି ନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ।
2 Corinthians 9:8 in Oriya 8 ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
2 Corinthians 9:14 in Oriya 14 ଆଉ, ତୁମ୍ଭମାନଙ୍କ ପ୍ରତି ଇଶ୍ବରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି।
Ephesians 4:29 in Oriya 29 ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।
Philippians 1:9 in Oriya 9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
Philippians 1:11 in Oriya 11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
1 Thessalonians 4:9 in Oriya 9 ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଇଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
2 Thessalonians 1:3 in Oriya 3 ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
2 Timothy 2:1 in Oriya 1 ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,
Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
1 Peter 1:22 in Oriya 22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
2 Peter 1:5 in Oriya 5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,
2 Peter 3:18 in Oriya 18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।
Revelation 3:17 in Oriya 17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;