2 Corinthians 8:9 in Oriya 9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।
Other Translations King James Version (KJV) For ye know the grace of our Lord Jesus Christ, that, though he was rich, yet for your sakes he became poor, that ye through his poverty might be rich.
American Standard Version (ASV) For ye know the grace of our Lord Jesus Christ, that, though he was rich, yet for your sakes he became poor, that ye through his poverty might become rich.
Bible in Basic English (BBE) For you see the grace of our Lord Jesus Christ, how though he had wealth, he became poor on your account, so that through his need you might have wealth.
Darby English Bible (DBY) For ye know the grace of our Lord Jesus Christ, that for your sakes he, being rich, became poor, in order that *ye* by *his* poverty might be enriched.
World English Bible (WEB) For you know the grace of our Lord Jesus Christ, that, though he was rich, yet for your sakes he became poor, that you through his poverty might become rich.
Young's Literal Translation (YLT) for ye know the grace of our Lord Jesus Christ, that because of you he became poor -- being rich, that ye by that poverty may become rich.
Cross Reference Psalm 102:25 in Oriya 25 ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
Isaiah 53:2 in Oriya 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
Isaiah 62:1 in Oriya 1 ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।
Isaiah 65:8 in Oriya 8 ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।
Matthew 8:20 in Oriya 20 ସେଥିରେ ଯୀଶୁ ତାହାକୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।
Matthew 17:27 in Oriya 27 କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନ୍ଶୀ କଣ୍ଟା ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।
Matthew 20:28 in Oriya 28 ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।
Mark 6:3 in Oriya 3 ଏ କି ସେହି ବଢ଼େଇ ନୁହେଁ ? ଏ କି ମରିୟମର ପୁଅ, ଆଉ ଯାକୁବ, ଯୋସି, ଯିହୁଦା ଓ ଶିମୋନର ଭାଇ ନୁହେଁ ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି ? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।
Luke 2:7 in Oriya 7 ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।
Luke 8:3 in Oriya 3 ହେରୋଦଙ୍କ ପରିଚାଳକ ଖୁଜା ଓ ତାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।
Luke 9:58 in Oriya 58 ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର (ଯୀଶୁ) ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।
Luke 16:11 in Oriya 11 ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ ?
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
John 1:10 in Oriya 10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 1:17 in Oriya 17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
John 12:30 in Oriya 30 ଯୀଶୁ ଉତ୍ତର ଦେଲେ, ମୋ' ନିମନ୍ତେ ଏହି ବାଣୀ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କ ନିମନ୍ତେ ହୋଇଅଛି।
John 16:15 in Oriya 15 ଯାହା ଯାହା ପିତାଙ୍କର, ସେହି ସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।
John 17:19 in Oriya 19 ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।
Romans 5:8 in Oriya 8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
Romans 5:20 in Oriya 20 ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Romans 8:32 in Oriya 32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ?
Romans 11:12 in Oriya 12 ଯଦି ସେମାନଙ୍କର ପତନ ଜଗତର ଧନସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୂଦୀମାନଙ୍କ ଧନସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନସ୍ୱରୂପ ନ ହେବ !
1 Corinthians 1:4 in Oriya 4 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଇଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,
1 Corinthians 15:47 in Oriya 47 ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।
2 Corinthians 6:10 in Oriya 10 ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଇଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Ephesians 2:7 in Oriya 7 ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Philippians 2:6 in Oriya 6 ସେ ଈଶ୍ୱରରୂପୀ ହେଲେ ହେଁ ଇଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
Colossians 1:16 in Oriya 16 କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;
Colossians 1:24 in Oriya 24 ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
1 Timothy 6:18 in Oriya 18 ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
Hebrews 1:2 in Oriya 2 ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;
Hebrews 1:6 in Oriya 6 ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ୱରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
Revelation 3:18 in Oriya 18 ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ।
Revelation 21:7 in Oriya 7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।