2 Kings 17:13 in Oriya 13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
Other Translations King James Version (KJV) Yet the LORD testified against Israel, and against Judah, by all the prophets, and by all the seers, saying, Turn ye from your evil ways, and keep my commandments and my statutes, according to all the law which I commanded your fathers, and which I sent to you by my servants the prophets.
American Standard Version (ASV) Yet Jehovah testified unto Israel, and unto Judah, by every prophet, and every seer, saying, Turn ye from your evil ways, and keep my commandments and my statutes, according to all the law which I commanded your fathers, and which I sent to you by my servants the prophets.
Bible in Basic English (BBE) And he gave witness to Israel and Judah, by every prophet and seer, saying, Come back from your evil ways, and do my orders and keep my rules, and be guided by the law which I gave to your fathers and sent to you by my servants the prophets.
Darby English Bible (DBY) And Jehovah testified against Israel and against Judah, by all the prophets, all the seers, saying, Turn from your evil ways, and keep my commandments, my statutes, according to all the law which I commanded your fathers, and which I sent to you through my servants the prophets.
Webster's Bible (WBT) Yet the LORD testified against Israel, and against Judah, by all the prophets, and by all the seers, saying, Turn ye from your evil ways, and keep my commandments and my statutes, according to all the law which I commanded your fathers, and which I sent to you by my servants the prophets.
World English Bible (WEB) Yet Yahweh testified to Israel, and to Judah, by every prophet, and every seer, saying, Turn you from your evil ways, and keep my commandments and my statutes, according to all the law which I commanded your fathers, and which I sent to you by my servants the prophets.
Young's Literal Translation (YLT) And Jehovah testifieth against Israel, and against Judah, by the hand of every prophet, and every seer, saying, `Turn back from your evil ways, and keep My commands, My statutes, according to all the law that I commanded your fathers, and that I sent unto you by the hand of My servants the prophets;'
Cross Reference Deuteronomy 4:26 in Oriya 26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।
Deuteronomy 8:19 in Oriya 19 ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।
Deuteronomy 31:21 in Oriya 21 ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।
Joshua 23:16 in Oriya 16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”
Judges 6:10 in Oriya 10 ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।
Judges 10:11 in Oriya 11 ତହିଁରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ କହିଲେ, ଆମ୍ଭେ କି ମିସ୍ରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ ?
1 Samuel 9:9 in Oriya 9 (ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।
1 Samuel 12:7 in Oriya 7 ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
2 Kings 17:23 in Oriya 23 ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।
1 Chronicles 29:29 in Oriya 29 ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସରେ ଓ ଗାଦ୍ ଦର୍ଶକର ଇତିହାସରେ ଲିଖିତ ଅଛି;
2 Chronicles 36:15 in Oriya 15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
Nehemiah 9:29 in Oriya 29 ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।
Psalm 50:7 in Oriya 7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
Psalm 81:8 in Oriya 8 ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ !
Isaiah 1:5 in Oriya 5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 3:8 in Oriya 8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
Jeremiah 5:29 in Oriya 29 ସଦାପ୍ରଭୁ କହନ୍ତି, “ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?”
Jeremiah 7:3 in Oriya 3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।'
Jeremiah 7:22 in Oriya 22 କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;'
Jeremiah 18:11 in Oriya 11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।”
Jeremiah 25:4 in Oriya 4 ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।
Jeremiah 26:4 in Oriya 4 ପୁଣି, ତୁମ୍ଭେ ସେମାନଙ୍କୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,
Jeremiah 35:15 in Oriya 15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
Jeremiah 42:19 in Oriya 19 ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ତୁମ୍ଭେମାନେ ମିସରକୁ ଯାଅ ନାହିଁ, ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।
Ezekiel 18:31 in Oriya 31 ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?”
Hosea 4:15 in Oriya 15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବୈଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
Hosea 14:1 in Oriya 1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
Zechariah 1:3 in Oriya 3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭ ପ୍ରତି ଫେର,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। “ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Acts 20:21 in Oriya 21 ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଇଶ୍ବରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ।
2 Peter 3:9 in Oriya 9 ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।