2 Kings 17:20 in Oriya 20 ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।
Other Translations King James Version (KJV) And the LORD rejected all the seed of Israel, and afflicted them, and delivered them into the hand of spoilers, until he had cast them out of his sight.
American Standard Version (ASV) And Jehovah rejected all the seed of Israel, and afflicted them, and delivered them into the hand of spoilers, until he had cast them out of his sight.
Bible in Basic English (BBE) So the Lord would have nothing to do with all the offspring of Israel, and sent trouble on them, and gave them up into the hands of their attackers, till he had sent them away from before his face.)
Darby English Bible (DBY) And Jehovah rejected all the seed of Israel; and afflicted them, and delivered them into the hand of spoilers, until he had cast them out of his sight.
Webster's Bible (WBT) And the LORD rejected all the seed of Israel, and afflicted them, and delivered them into the hand of spoilers, until he had cast them out of his sight.
World English Bible (WEB) Yahweh rejected all the seed of Israel, and afflicted them, and delivered them into the hand of spoilers, until he had cast them out of his sight.
Young's Literal Translation (YLT) And Jehovah kicketh against all the seed of Israel, and afflicteth them, and giveth them into the hand of spoilers, till that He hath cast them out of His presence,
Cross Reference Deuteronomy 11:12 in Oriya 12 ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
1 Samuel 15:23 in Oriya 23 ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
1 Samuel 15:26 in Oriya 26 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
1 Samuel 16:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।
2 Kings 13:3 in Oriya 3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।
2 Kings 13:7 in Oriya 7 ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହିସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।
2 Kings 15:18 in Oriya 18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।
2 Kings 15:29 in Oriya 29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବୈଥ୍ମାଖା ଓ ଯାନୋହ ଓ କେଦଶ ଓ ହାତ୍ସୋର ଓ ଗିଲୀୟଦ୍ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
2 Kings 17:15 in Oriya 15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ।
2 Kings 17:18 in Oriya 18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
2 Kings 18:9 in Oriya 9 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ଅଧିକାରର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କର ଅଧିକାରର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।
1 Chronicles 16:13 in Oriya 13 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
2 Chronicles 28:5 in Oriya 5 ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ-ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।
Nehemiah 9:2 in Oriya 2 ଆଉ, ଇସ୍ରାଏଲ-ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପିତୃଲୋକଙ୍କର ଅପରାଧ ସ୍ୱୀକାର କଲେ।
Nehemiah 9:27 in Oriya 27 ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
Isaiah 45:25 in Oriya 25 ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।
Jeremiah 6:30 in Oriya 30 ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।
Jeremiah 31:36 in Oriya 36 “ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ପ୍ରଭୁ କହନ୍ତି।
Jeremiah 33:24 in Oriya 24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।' ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”
Jeremiah 46:28 in Oriya 28 ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
Jonah 1:3 in Oriya 3 ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।
Jonah 1:10 in Oriya 10 ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”
Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Romans 11:1 in Oriya 1 ତେବେ ମୁଁ କହେ, ଈଶ୍ୱର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି ? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।
2 Thessalonians 1:9 in Oriya 9 ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ ),