2 Kings 18:12 in Oriya 12 କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।
Other Translations King James Version (KJV) Because they obeyed not the voice of the LORD their God, but transgressed his covenant, and all that Moses the servant of the LORD commanded, and would not hear them, nor do them.
American Standard Version (ASV) because they obeyed not the voice of Jehovah their God, but transgressed his covenant, even all that Moses the servant of Jehovah commanded, and would not hear it, nor do it.
Bible in Basic English (BBE) Because they did not give ear to the voice of the Lord their God, but went against his agreement, even against everything ordered by Moses, the servant of the Lord, and they did not give ear to it or do it.
Darby English Bible (DBY) because they hearkened not to the voice of Jehovah their God, but transgressed his covenant, all that Moses the servant of Jehovah commanded; and they would not hear nor do it.
Webster's Bible (WBT) Because they obeyed not the voice of the LORD their God, but transgressed his covenant, and all that Moses the servant of the LORD commanded, and would not hear them, nor do them.
World English Bible (WEB) because they didn't obey the voice of Yahweh their God, but transgressed his covenant, even all that Moses the servant of Yahweh commanded, and would not hear it, nor do it.
Young's Literal Translation (YLT) because that they have not hearkened to the voice of Jehovah their God, and transgress His covenant -- all that He commanded Moses, servant of Jehovah -- yea, they have not hearkened nor done `it'.
Cross Reference Numbers 12:7 in Oriya 7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।
Deuteronomy 8:20 in Oriya 20 ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ।
Deuteronomy 11:28 in Oriya 28 ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍ଗମନ କରିବ, ତେବେ ଅଭିଶାପ।
Deuteronomy 29:24 in Oriya 24 ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି ? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ ?
Deuteronomy 31:17 in Oriya 17 ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”
Deuteronomy 34:5 in Oriya 5 ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।
Joshua 1:1 in Oriya 1 ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ,
1 Kings 9:6 in Oriya 6 ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
2 Kings 17:7 in Oriya 7 ଏଥିର କାରଣ ଏହି, ଇସ୍ରାଏଲ ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍, ମିସ୍ରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,
Nehemiah 9:17 in Oriya 17 ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
Nehemiah 9:26 in Oriya 26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Psalm 107:17 in Oriya 17 ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି।
Isaiah 1:19 in Oriya 19 ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
Jeremiah 3:8 in Oriya 8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
Jeremiah 7:23 in Oriya 23 ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ‘ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।'
Daniel 9:6 in Oriya 6 ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପିତୃପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।
Micah 3:4 in Oriya 4 ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
2 Timothy 2:24 in Oriya 24 ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ୍;
Hebrews 3:5 in Oriya 5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ।
1 Peter 2:8 in Oriya 8 ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।
1 Peter 4:17 in Oriya 17 କାରଣ ଇଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଇଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !