2 Kings 2:23 in Oriya 23 ଏଥିଉତ୍ତାରେ ଇଲୀଶାୟ ସେଠାରୁ ବୈଥେଲ୍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”
Other Translations King James Version (KJV) And he went up from thence unto Bethel: and as he was going up by the way, there came forth little children out of the city, and mocked him, and said unto him, Go up, thou bald head; go up, thou bald head.
American Standard Version (ASV) And he went up from thence unto Beth-el; and as he was going up by the way, there came forth young lads out of the city, and mocked him, and said unto him, Go up, thou baldhead; go up, thou baldhead.
Bible in Basic English (BBE) Then from there he went up to Beth-el; and on his way, some little boys came out from the town and made sport of him, crying, Go up, old no-hair! go up, old no-hair!
Darby English Bible (DBY) And he went up from thence to Bethel, and as he went up by the way, there came forth little boys out of the city, and mocked him, and said to him, Go up, bald head; go up, bald head!
Webster's Bible (WBT) And he went up from thence to Beth-el: and as he was going up by the way, there came forth little children out of the city, and mocked him, and said to him, Go up, thou bald-head; go up, thou bald-head.
World English Bible (WEB) He went up from there to Bethel; and as he was going up by the way, there came forth young lads out of the city, and mocked him, and said to him, Go up, you baldy; go up, you baldhead.
Young's Literal Translation (YLT) And he goeth up thence to Beth-El, and he is going up in the way, and little youths have come out from the city, and scoff at him, and say to him, `Go up, bald-head! go up, bald-head!'
Cross Reference Genesis 21:9 in Oriya 9 ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।
1 Kings 12:28 in Oriya 28 ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”
2 Kings 2:11 in Oriya 11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ୍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।
2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Job 19:18 in Oriya 18 ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋ' ବିରୁଦ୍ଧରେ କଥା କହନ୍ତି।
Job 30:1 in Oriya 1 ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି।
Job 30:8 in Oriya 8 ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।
Psalm 31:18 in Oriya 18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।
Psalm 35:15 in Oriya 15 ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋ' ଅଜ୍ଞାତସାରରେ ମୋ' ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;
Proverbs 20:11 in Oriya 11 ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
Proverbs 22:6 in Oriya 6 ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
Proverbs 22:15 in Oriya 15 ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ।
Ecclesiastes 11:10 in Oriya 10 ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର।
Isaiah 1:4 in Oriya 4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
Isaiah 3:5 in Oriya 5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।
Isaiah 57:3 in Oriya 3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।
Jeremiah 7:18 in Oriya 18 ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶ ରାଣୀ ଚନ୍ଦ୍ରମାର ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।'
Hosea 4:15 in Oriya 15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବୈଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
Hosea 10:5 in Oriya 5 ଶମରୀୟା ନିବାସୀଗଣ ବୈଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।
Hosea 10:15 in Oriya 15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବୈଥେଲ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।
Amos 3:14 in Oriya 14 “କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବୈଥେଲସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ।
Amos 4:4 in Oriya 4 “ତୁମ୍ଭେମାନେ ବୈଥେଲକୁ ଯାଇ ଅପରାଧ କର; ଗିଲ୍ଗଲ୍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;
Amos 5:5 in Oriya 5 ମାତ୍ର ବୈଥେଲର ଅନ୍ଵେଷଣ କର ନାହିଁ, କିଅବା ଗିଲ୍ଗଲ୍ରେ ପ୍ରବେଶ କର ନାହିଁ ଓ ବେର୍ଶେବାକୁ ଯାଅ ନାହିଁ; କାରଣ ଗିଲ୍ଗଲ୍ ନିଶ୍ଚୟ ନିର୍ବାସିତ ହେବ ଓ ବୈଥେଲ୍ ବିନଷ୍ଟ ହେବ।
Amos 7:13 in Oriya 13 ମାତ୍ର ବୈଥେଲ୍ରେ ପୁନର୍ବାର ଆଉ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”
Matthew 27:29 in Oriya 29 ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ।
Matthew 27:40 in Oriya 40 ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଇଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ।
Galatians 4:29 in Oriya 29 କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି।
Hebrews 11:36 in Oriya 36 ଅନ୍ୟମାନେ ବିଦ୍ରୁପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;