2 Kings 2:24 in Oriya 24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
Other Translations King James Version (KJV) And he turned back, and looked on them, and cursed them in the name of the LORD. And there came forth two she bears out of the wood, and tare forty and two children of them.
American Standard Version (ASV) And he looked behind him and saw them, and cursed them in the name of Jehovah. And there came forth two she-bears out of the wood, and tare forty and two lads of them.
Bible in Basic English (BBE) And turning back, he saw them, and put a curse on them in the name of the Lord. And two she-bears came out of the wood and put forty-two of the children to death.
Darby English Bible (DBY) And he turned back, and looked on them, and cursed them in the name of Jehovah. And there came forth two she-bears out of the wood, and tore forty-two children of them.
Webster's Bible (WBT) And he turned back, and looked on them, and cursed them in the name of the LORD. And there came forth two she bears out of the wood, and tore forty and two children of them.
World English Bible (WEB) He looked behind him and saw them, and cursed them in the name of Yahweh. There came forth two she-bears out of the wood, and mauled forty-two lads of them.
Young's Literal Translation (YLT) And he looketh behind him, and seeth them, and declareth them vile in the name of Jehovah, and two bears come out of the forest, and rend of them forty and two lads.
Cross Reference Genesis 9:25 in Oriya 25 ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
Exodus 20:5 in Oriya 5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Deuteronomy 28:15 in Oriya 15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
Judges 9:20 in Oriya 20 ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍କୁ ଗ୍ରାସ କରୁ।
Judges 9:57 in Oriya 57 ପୁଣି ପରମେଶ୍ୱର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲ୍ଙ୍କ ପୁତ୍ର ଯୋଥମର ଶାପ ସେମାନଙ୍କ ଉପରେ ଫଳିଲା।
2 Samuel 17:8 in Oriya 8 ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।
1 Kings 13:24 in Oriya 24 ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।
1 Kings 19:17 in Oriya 17 ତହିଁରେ ଯେଉଁ ଲୋକ ହସାୟେଲର ଖଡ଼୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ଼୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।
1 Kings 20:36 in Oriya 36 ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋ' ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।
2 Kings 1:10 in Oriya 10 ତହୁଁ ଏଲୀୟ ସେହି ପଚାଶପତିକି ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
Nehemiah 13:25 in Oriya 25 ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।”
Proverbs 17:12 in Oriya 12 ଛୁଆହରା ଭଲ୍ଲୂକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
Proverbs 28:15 in Oriya 15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
Jeremiah 28:16 in Oriya 16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।'”
Jeremiah 29:21 in Oriya 21 କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;
Lamentations 3:65 in Oriya 65 ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ।
Hosea 13:8 in Oriya 8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।
Amos 7:17 in Oriya 17 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।”
Mark 11:14 in Oriya 14 ସେଥିରେ ଯୀଶୁ ତାହାକୁ କହିଲେ, ଆଉ କଦାପି କେହି ତୋଠାରୁ ଫଳ ନ ଖାଉ। ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ।
Mark 11:21 in Oriya 21 ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରି ଗଛକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି।
Acts 5:5 in Oriya 5 ଏହି ସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।
Acts 5:9 in Oriya 9 ସେଥିରେ ପିତର ତାହାକୁ କହିଲେ, “ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ” ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ।
Acts 8:20 in Oriya 20 କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଇଶ୍ବରଙ୍କ ଦାନ କିଣିବାକୁ ଭାବିଲ।
Acts 13:9 in Oriya 9 ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
2 Corinthians 10:6 in Oriya 6 ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାର କରିବା ନିିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ।