2 Kings 21:14 in Oriya 14 ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ।
Other Translations King James Version (KJV) And I will forsake the remnant of mine inheritance, and deliver them into the hand of their enemies; and they shall become a prey and a spoil to all their enemies;
American Standard Version (ASV) And I will cast off the remnant of mine inheritance, and deliver them into the hand of their enemies; and they shall become a prey and a spoil to all their enemies;
Bible in Basic English (BBE) And I will put away from me the rest of my heritage, and give them up into the hands of their haters, who will take their property and their goods for themselves;
Darby English Bible (DBY) And I will forsake the remnant of mine inheritance, and deliver them into the hand of their enemies; and they shall become a prey and a spoil to all their enemies;
Webster's Bible (WBT) And I will forsake the remnant of my inheritance, and deliver them into the hand of their enemies; and they shall become a prey and a spoil to all their enemies;
World English Bible (WEB) I will cast off the remnant of my inheritance, and deliver them into the hand of their enemies; and they shall become a prey and a spoil to all their enemies;
Young's Literal Translation (YLT) `And I have left the remnant of Mine inheritance, and given them into the hand of their enemies, and they have been for a prey and for a spoil to all their enemies,
Cross Reference Leviticus 26:17 in Oriya 17 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
Leviticus 26:36 in Oriya 36 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।
Deuteronomy 4:26 in Oriya 26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।
Deuteronomy 28:25 in Oriya 25 ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।
Deuteronomy 28:31 in Oriya 31 ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ।
Deuteronomy 28:48 in Oriya 48 ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବ ପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।
Deuteronomy 31:17 in Oriya 17 ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”
Judges 2:14 in Oriya 14 ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।
2 Kings 19:4 in Oriya 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
2 Kings 19:30 in Oriya 30 ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
2 Kings 24:2 in Oriya 2 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
2 Chronicles 15:2 in Oriya 2 ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ, ତୁମ୍ଭେମାନେ ମୋ' କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Nehemiah 9:27 in Oriya 27 ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
Psalm 37:28 in Oriya 28 କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
Psalm 71:1 in Oriya 1 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ।
Psalm 89:38 in Oriya 38 ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
Psalm 106:40 in Oriya 40 ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।
Isaiah 10:6 in Oriya 6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
Jeremiah 12:7 in Oriya 7 ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।
Jeremiah 23:33 in Oriya 33 ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ ?' ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।'
Lamentations 1:5 in Oriya 5 ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।
Lamentations 1:10 in Oriya 10 ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।
Lamentations 5:20 in Oriya 20 ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁ ଅଛ, ଆଉ ଏତେ ଦୀର୍ଘ କାଳ ଅାମ୍ଭମାନଙ୍କୁ ପରିତ୍ୟାଗ କରୁଅଛ ?
Amos 5:2 in Oriya 2 ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ।