2 Kings 22:17 in Oriya 17 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।’”
Other Translations King James Version (KJV) Because they have forsaken me, and have burned incense unto other gods, that they might provoke me to anger with all the works of their hands; therefore my wrath shall be kindled against this place, and shall not be quenched.
American Standard Version (ASV) Because they have forsaken me, and have burned incense unto other gods, that they might provoke me to anger with all the work of their hands, therefore my wrath shall be kindled against this place, and it shall not be quenched.
Bible in Basic English (BBE) Because they have given me up, burning offerings to other gods and moving me to wrath by all the work of their hands; so my wrath will be on fire against this place, and will not be put out.
Darby English Bible (DBY) Because they have forsaken me, and have burned incense unto other gods, that they might provoke me to anger with all the work of their hands, therefore my fury is kindled against this place, and shall not be quenched.
Webster's Bible (WBT) Because they have forsaken me, and have burned incense to other gods, that they might provoke me to anger with all the works of their hands; therefore my wrath shall be kindled against this place and shall not be quenched.
World English Bible (WEB) Because they have forsaken me, and have burned incense to other gods, that they might provoke me to anger with all the work of their hands, therefore my wrath shall be kindled against this place, and it shall not be quenched.
Young's Literal Translation (YLT) because that they have forsaken Me, and make perfume to other gods, so as to provoke Me to anger with every work of their hands, and My wrath hath been kindled against this place, and it is not quenched.
Cross Reference Exodus 32:34 in Oriya 34 ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇ ଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”
Deuteronomy 29:24 in Oriya 24 ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି ? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ ?
Deuteronomy 32:15 in Oriya 15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
Deuteronomy 32:22 in Oriya 22 କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକି ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।
Judges 2:12 in Oriya 12 ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ।
Judges 3:7 in Oriya 7 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।
Judges 10:6 in Oriya 6 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍ ଦେବତାଗଣର ଓ ଅଷ୍ଟାରୋତ୍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।
Judges 10:10 in Oriya 10 ତେଣୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍ ଦେବତାଗଣର ସେବା କରିଅଛୁ।
1 Kings 9:6 in Oriya 6 ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
2 Kings 21:22 in Oriya 22 ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ।
2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Nehemiah 9:26 in Oriya 26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Psalm 106:35 in Oriya 35 ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।
Psalm 115:4 in Oriya 4 ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Isaiah 2:8 in Oriya 8 ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।
Isaiah 33:14 in Oriya 14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?
Isaiah 44:17 in Oriya 17 ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”
Isaiah 46:5 in Oriya 5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ?
Jeremiah 2:11 in Oriya 11 ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।”
Jeremiah 2:27 in Oriya 27 ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା” ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।”
Jeremiah 7:20 in Oriya 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।'
Jeremiah 17:27 in Oriya 27 ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।'”
Ezekiel 20:47 in Oriya 47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
Micah 5:13 in Oriya 13 ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।
Zephaniah 1:18 in Oriya 18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।
1 Thessalonians 2:16 in Oriya 16 କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।