2 Kings 23:10 in Oriya 10 ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ।
Other Translations King James Version (KJV) And he defiled Topheth, which is in the valley of the children of Hinnom, that no man might make his son or his daughter to pass through the fire to Molech.
American Standard Version (ASV) And he defiled Topheth, which is in the valley of the children of Hinnom, that no man might make his son or his daughter to pass through the fire to Molech.
Bible in Basic English (BBE) And Topheth, in the valley of the sons of Hinnom, he made unclean, so that no man might make his son or his daughter go through the fire to Molech.
Darby English Bible (DBY) And he defiled Topheth, which is in the valley of the sons of Hinnom, that no man might cause his son or his daughter to pass through the fire to Molech.
Webster's Bible (WBT) And he defiled Topheth, which is in the valley of the children of Hinnom, that no man might make his son or his daughter to pass through the fire to Molech.
World English Bible (WEB) He defiled Topheth, which is in the valley of the children of Hinnom, that no man might make his son or his daughter to pass through the fire to Molech.
Young's Literal Translation (YLT) And he hath defiled Topheth, that `is' in the valley of the son of Hinnom, so that no man doth cause his son and his daughter to pass over through fire to Molech.
Cross Reference Leviticus 18:21 in Oriya 21 ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Deuteronomy 18:10 in Oriya 10 ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
Joshua 15:8 in Oriya 8 ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟିମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା।
1 Kings 11:7 in Oriya 7 ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମୋଲକ ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
2 Kings 16:3 in Oriya 3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।
2 Kings 17:17 in Oriya 17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।
2 Kings 21:6 in Oriya 6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
2 Chronicles 28:3 in Oriya 3 ଆହୁରି, ସେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।
2 Chronicles 33:6 in Oriya 6 ମଧ୍ୟ ସେ ହିନ୍ନୋମ୍ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
Isaiah 30:33 in Oriya 33 କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
Jeremiah 7:31 in Oriya 31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।'
Jeremiah 19:2 in Oriya 2 ହାର୍ଶିତ୍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;
Jeremiah 19:6 in Oriya 6 ଏଥି ନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।
Jeremiah 19:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ।”
Jeremiah 32:35 in Oriya 35 ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
Ezekiel 16:21 in Oriya 21 ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ ?
Ezekiel 20:26 in Oriya 26 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।
Ezekiel 20:31 in Oriya 31 ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ?” ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
Ezekiel 23:37 in Oriya 37 କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି।
Matthew 5:22 in Oriya 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।