2 Kings 5:13 in Oriya 13 ଏଥିରେ ତାହାର ଦାସମାନେ ନାମାନ୍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାଆନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”
Other Translations King James Version (KJV) And his servants came near, and spake unto him, and said, My father, if the prophet had bid thee do some great thing, wouldest thou not have done it? how much rather then, when he saith to thee, Wash, and be clean?
American Standard Version (ASV) And his servants came near, and spake unto him, and said, My father, if the prophet had bid thee do some great thing, wouldest thou not have done it? how much rather then, when he saith to thee, Wash, and be clean?
Bible in Basic English (BBE) Then his servants came to him and said, If the prophet had given you orders to do some great thing, would you not have done it? how much more then, when he says to you, Be washed and become clean?
Darby English Bible (DBY) And his servants drew near, and spoke to him and said, My father, [if] the prophet had bidden thee [do some] great thing, wouldest thou not have done it? how much rather then, when he says to thee, Wash and be clean?
Webster's Bible (WBT) And his servants came near, and spoke to him, and said, My father, if the prophet had bid thee do some great thing, wouldst thou not have done it? how much rather then, when he saith to thee, Wash, and be clean?
World English Bible (WEB) His servants came near, and spoke to him, and said, My father, if the prophet had bid you do some great thing, wouldn't you have done it? how much rather then, when he says to you, Wash, and be clean?
Young's Literal Translation (YLT) And his servants come nigh, and speak unto him, and say, `My father, a great thing had the prophet spoken unto thee -- dost thou not do `it'? and surely, when he hath said unto thee, Wash, and be clean.'
Cross Reference Genesis 41:43 in Oriya 43 ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ ଆଣ୍ଠୁ ପାତ ଆଣ୍ଠୁ ପାତ ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।
1 Samuel 25:14 in Oriya 14 ଏଥି ମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।
1 Kings 20:23 in Oriya 23 ଏଥିଉତ୍ତାରେ ଅରାମ-ରାଜାର ଦାସମାନେ ତାହାକୁ କହିଲେ, “ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ୍ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ୍ ହେବା।
1 Kings 20:31 in Oriya 31 ଏଥିରେ ତାହାର ଦାସମାନେ ତାହାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ଶୁଣିଅଛୁ ଯେ, ଇସ୍ରାଏଲ ବଂଶୀୟ ରାଜାମାନେ ଦୟାଳୁ ଅଟନ୍ତି; ଆମ୍ଭେମାନେ ଆପଣଙ୍କୁ ବିନୟ କରୁଅଛୁ, ଆସନ୍ତୁ, ଆମ୍ଭେମାନେ କଟିରେ ଅଖା ପିନ୍ଧି ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଉ; କେଜାଣି ସେ ଆପଣଙ୍କ ପ୍ରାଣ ବଞ୍ଚାଇବେ।”
2 Kings 2:12 in Oriya 12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।
2 Kings 5:3 in Oriya 3 ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋ' ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”
2 Kings 5:10 in Oriya 10 ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
2 Kings 6:21 in Oriya 21 ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋହର ପିତଃ, ମୁଁ କ'ଣ ସେମାନଙ୍କୁ ଆଘାତ କରିବି ? ମୁଁ କ'ଣ ସେମାନଙ୍କୁ ଆଘାତ କରିବି ?”
2 Kings 8:9 in Oriya 9 ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍ହଦଦ୍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କ'ଣ ଏହି ପୀଡ଼ାରୁ ମୁକ୍ତ ହେବି ?’”
2 Kings 13:14 in Oriya 14 ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !”
Job 32:8 in Oriya 8 ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।
Psalm 51:2 in Oriya 2 ମୋ' ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ' ପାପରୁ ମୋତେ ଶୁଚି କର।
Psalm 51:7 in Oriya 7 ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
Isaiah 1:16 in Oriya 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Jeremiah 38:7 in Oriya 7 ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି , ରାଜଗୃହସ୍ଥିତ ଏବଦ୍-ମେଲକ ନାମକ ଜଣେ କୁଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ ଦ୍ୱାରରେ ଉପବିଷ୍ଟ ଥିଲା।
Malachi 1:6 in Oriya 6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”
Matthew 23:9 in Oriya 9 ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି।
John 13:8 in Oriya 8 ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ। ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ।
Acts 22:16 in Oriya 16 ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।
1 Corinthians 1:21 in Oriya 21 କାରଣ ଇଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ।
1 Corinthians 1:27 in Oriya 27 କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଇଶ୍ବରଙ୍କ ଛାମୁରେ ଗର୍ବ ନ କରେ,
1 Corinthians 4:15 in Oriya 15 କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାଁନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି।
Ephesians 5:26 in Oriya 26 ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,
Titus 3:5 in Oriya 5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
Hebrews 10:22 in Oriya 22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଇଶ୍ବରଙ୍କ ନିକଟବର୍ତ୍ତୀ ହେଉ;
1 Peter 3:21 in Oriya 21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଇଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।