2 Kings 6:33 in Oriya 33 ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି ?”
Other Translations King James Version (KJV) And while he yet talked with them, behold, the messenger came down unto him: and he said, Behold, this evil is of the LORD; what should I wait for the LORD any longer?
American Standard Version (ASV) And while he was yet talking with them, behold, the messenger came down unto him: and he said, Behold, this evil is of Jehovah; why should I wait for Jehovah any longer?
Bible in Basic English (BBE) While he was still talking to them, the king came down and said, This evil is from the Lord; why am I to go on waiting any longer for the Lord?
Darby English Bible (DBY) And while he yet talked with them, behold, the messenger came down to him. And [the king] said, Behold, this evil is of Jehovah: why should I wait for Jehovah any longer?
Webster's Bible (WBT) And while he yet talked with them, behold, the messenger came down to him: and he said, Behold, this evil is from the LORD; what should I wait for the LORD any longer?
World English Bible (WEB) While he was yet talking with them, behold, the messenger came down to him: and he said, Behold, this evil is of Yahweh; why should I wait for Yahweh any longer?
Young's Literal Translation (YLT) He is yet speaking with them, and lo, the messenger is coming down unto him, and he saith, `Lo, this `is' the evil from Jehovah: what -- do I wait for Jehovah any more?'
Cross Reference Genesis 4:13 in Oriya 13 କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।
Exodus 16:6 in Oriya 6 ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟା କାଳରେ ଜାଣିବ।
1 Samuel 28:6 in Oriya 6 ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍ ଦ୍ୱାରା, ନା ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା।
1 Samuel 31:4 in Oriya 4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ଼୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
Job 1:11 in Oriya 11 ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।
Job 1:21 in Oriya 21 ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”
Job 2:5 in Oriya 5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସ ସ୍ପର୍ଶ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।
Job 2:9 in Oriya 9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏ ପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”
Psalm 27:14 in Oriya 14 ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ୍ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
Psalm 37:7 in Oriya 7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
Psalm 37:9 in Oriya 9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।
Psalm 62:5 in Oriya 5 ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
Proverbs 19:3 in Oriya 3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।
Isaiah 8:17 in Oriya 17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
Isaiah 8:21 in Oriya 21 ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
Isaiah 26:3 in Oriya 3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
Isaiah 50:10 in Oriya 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
Jeremiah 2:25 in Oriya 25 ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍ଗାମିନୀ ହେବି।
Lamentations 3:25 in Oriya 25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
Ezekiel 33:10 in Oriya 10 ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ଆମ୍ଭମାନଙ୍କର ଆଜ୍ଞା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା ?
Habakkuk 2:3 in Oriya 3 କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।
Matthew 27:4 in Oriya 4 ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି ?
Luke 18:1 in Oriya 1 କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
2 Corinthians 2:7 in Oriya 7 ଏଣୁ କାଳେ ଏପରିଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ।
2 Corinthians 2:11 in Oriya 11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତା'ର ସମସ୍ତ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁ।
Revelation 16:9 in Oriya 9 ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ।