2 Kings 8:4 in Oriya 4 ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।”
Other Translations King James Version (KJV) And the king talked with Gehazi the servant of the man of God, saying, Tell me, I pray thee, all the great things that Elisha hath done.
American Standard Version (ASV) Now the king was talking with Gehazi the servant of the man of God, saying, Tell me, I pray thee, all the great things that Elisha hath done.
Bible in Basic English (BBE) Now the king was talking with Gehazi, the servant of the man of God, saying, Now, give me an account of all the great things Elisha has done.
Darby English Bible (DBY) And the king was talking with Gehazi, the servant of the man of God, saying, Tell me, I pray thee, all the great things that Elisha has done.
Webster's Bible (WBT) And the king talked with Gehazi the servant of the man of God, saying, Tell me, I pray thee, all the great things that Elisha hath done.
World English Bible (WEB) Now the king was talking with Gehazi the servant of the man of God, saying, Please tell me all the great things that Elisha has done.
Young's Literal Translation (YLT) And the king is speaking unto Gehazi, servant of the man of God, saying, `Recount, I pray thee, to me, the whole of the great things that Elisha hath done.'
Cross Reference 2 Kings 2:14 in Oriya 14 ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି ?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।
2 Kings 2:20 in Oriya 20 ତହିଁରେ ସେ କହିଲେ, “ମୋ' ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।
2 Kings 2:24 in Oriya 24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
2 Kings 3:14 in Oriya 14 ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭ ଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ।
2 Kings 4:3 in Oriya 3 ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍, ଶୂନ୍ୟ ପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।
2 Kings 4:12 in Oriya 12 ପୁଣି ସେ ଆପଣା ଦାସ ଗିହେଜୀକୁ କହିଲେ, “ଏହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା।
2 Kings 4:16 in Oriya 16 ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୁ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”
2 Kings 5:14 in Oriya 14 ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
2 Kings 5:20 in Oriya 20 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋ' ପ୍ରଭୁ ଏହି ଅରାମୀୟ ନାମାନ୍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”
2 Kings 6:6 in Oriya 6 ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା ?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ।
2 Kings 6:9 in Oriya 9 ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”
2 Kings 6:17 in Oriya 17 ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।
2 Kings 6:32 in Oriya 32 ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କ'ଣ ତୁମ୍ଭେମାନେ ଦେଖୁଅଛ ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କ'ଣ ତାହାର ପଛରେ ନାହିଁ ?”
2 Kings 7:1 in Oriya 1 ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”
2 Kings 7:3 in Oriya 3 ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ ?
2 Kings 7:10 in Oriya 10 ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”
2 Kings 7:16 in Oriya 16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।
Matthew 2:8 in Oriya 8 ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”
Luke 9:9 in Oriya 9 କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ।
Luke 23:8 in Oriya 8 ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ।
John 9:27 in Oriya 27 ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି ? ଆପଣମାନେ ମଧ୍ୟ କ'ଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି ?
Acts 24:24 in Oriya 24 କେତେକ ଦିନ ପରେ ଫେଲୀକ୍ସ୍ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୂଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ।