2 Peter 1:10 in Oriya 10 ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ,
Other Translations King James Version (KJV) Wherefore the rather, brethren, give diligence to make your calling and election sure: for if ye do these things, ye shall never fall:
American Standard Version (ASV) Wherefore, brethren, give the more diligence to make your calling and election sure: for if ye do these things, ye shall never stumble:
Bible in Basic English (BBE) For this reason, my brothers, take all the more care to make your selection and approval certain; for if you do these things you will never have a fall:
Darby English Bible (DBY) Wherefore the rather, brethren, use diligence to make your calling and election sure, for doing these things ye will never fall;
World English Bible (WEB) Therefore, brothers,{The word for "brothers" here and where context allows may also be correctly translated "brothers and sisters" or "siblings."} be more diligent to make your calling and election sure. For if you do these things, you will never stumble.
Young's Literal Translation (YLT) wherefore, the rather, brethren, be diligent to make stedfast your calling and choice, for these things doing, ye may never stumble,
Cross Reference Psalm 15:5 in Oriya 5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ।
Psalm 37:24 in Oriya 24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।
Psalm 62:2 in Oriya 2 କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।
Psalm 62:6 in Oriya 6 କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
Psalm 112:6 in Oriya 6 କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
Psalm 121:3 in Oriya 3 ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।
Isaiah 56:2 in Oriya 2 ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”
Micah 7:8 in Oriya 8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ।
Matthew 7:24 in Oriya 24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
Luke 6:47 in Oriya 47 ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହି ସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି।
Acts 20:24 in Oriya 24 କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଇଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
1 Thessalonians 1:3 in Oriya 3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;
2 Thessalonians 2:13 in Oriya 13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
2 Timothy 2:19 in Oriya 19 ତଥାପି ଇଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।
Hebrews 6:11 in Oriya 11 ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,
Hebrews 6:19 in Oriya 19 ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,
1 Peter 1:2 in Oriya 2 ପିତା ଇଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।
1 Peter 1:5 in Oriya 5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଇଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।
2 Peter 1:5 in Oriya 5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,
2 Peter 3:17 in Oriya 17 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,
1 John 3:19 in Oriya 19 ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,
Revelation 3:10 in Oriya 10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।
Revelation 22:14 in Oriya 14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।