2 Peter 1:16 in Oriya 16 କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।
Other Translations King James Version (KJV) For we have not followed cunningly devised fables, when we made known unto you the power and coming of our Lord Jesus Christ, but were eyewitnesses of his majesty.
American Standard Version (ASV) For we did not follow cunningly devised fables, when we made known unto you the power and coming of our Lord Jesus Christ, but we were eyewitnesses of his majesty.
Bible in Basic English (BBE) For when we gave you news of the power and the coming of our Lord Jesus Christ, our teaching was not based on stories put together by art, but we were eye-witnesses of his glory.
Darby English Bible (DBY) For we have not made known to you the power and coming of our Lord Jesus Christ, following cleverly imagined fables, but having been eyewitnesses of *his* majesty.
World English Bible (WEB) For we did not follow cunningly devised fables, when we made known to you the power and coming of our Lord Jesus Christ, but we were eyewitnesses of his majesty.
Young's Literal Translation (YLT) For, skilfully devised fables not having followed out, we did make known to you the power and presence of our Lord Jesus Christ, but eye-witnesses having become of his majesty --
Cross Reference Malachi 3:2 in Oriya 2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
Malachi 4:5 in Oriya 5 ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।
Matthew 16:28 in Oriya 28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।
Matthew 24:3 in Oriya 3 ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ।
Matthew 24:27 in Oriya 27 କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ।
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
Mark 9:1 in Oriya 1 ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇଶ୍ବରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ।
Luke 9:28 in Oriya 28 ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 17:2 in Oriya 2 ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମର୍ତ୍ତ୍ୟ ଉପରେ ଅଧିକାର ଦେଲ।
Romans 1:4 in Oriya 4 କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଇଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ
1 Corinthians 1:7 in Oriya 7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;
1 Corinthians 1:17 in Oriya 17 କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କଲେ ନାହିଁ, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କଲେ; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ ଖ୍ରୀଷ୍ଟଙ୍କ କ୍ରୁଶ ବ୍ୟର୍ଥ ହୁଏ।
1 Corinthians 1:23 in Oriya 23 କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୂଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୂଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,
1 Corinthians 2:1 in Oriya 1 ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଇଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।
1 Corinthians 2:4 in Oriya 4 ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଇଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,
1 Corinthians 5:4 in Oriya 4 ଅର୍ଥାତ୍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,
2 Corinthians 2:17 in Oriya 17 ସେହି ଅନେକ ଲୋକ ଯେପରି ଇଶ୍ବରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଇଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।
2 Corinthians 4:2 in Oriya 2 ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଇଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାରକରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଇଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ।
2 Corinthians 12:16 in Oriya 16 କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି !
Ephesians 4:14 in Oriya 14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
Philippians 3:21 in Oriya 21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।
1 Thessalonians 2:19 in Oriya 19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ ? ତାହା କି ତୁମ୍ଭେମାନେ ନୁହଁ?
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
1 Timothy 1:4 in Oriya 4 କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହି ସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଇଶ୍ବରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।
1 Timothy 4:7 in Oriya 7 କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ୱରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର,
Titus 1:14 in Oriya 14 ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।
2 Peter 3:3 in Oriya 3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
1 John 4:14 in Oriya 14 ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।
Jude 1:14 in Oriya 14 ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
Revelation 1:7 in Oriya 7 ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ ଆମେନ୍।