2 Peter 1:17 in Oriya 17 ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ୱରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;
Other Translations King James Version (KJV) For he received from God the Father honour and glory, when there came such a voice to him from the excellent glory, This is my beloved Son, in whom I am well pleased.
American Standard Version (ASV) For he received from God the Father honor and glory, when there was borne such a voice to him by the Majestic Glory, This is my beloved Son, in whom I am well pleased:
Bible in Basic English (BBE) For God the Father gave him honour and glory, when such a voice came to him out of the great glory, saying, This is my dearly loved Son, with whom I am well pleased.
Darby English Bible (DBY) For he received from God [the] Father honour and glory, such a voice being uttered to him by the excellent glory: This is my beloved Son, in whom *I* have found my delight;
World English Bible (WEB) For he received from God the Father honor and glory, when the voice came to him from the Majestic Glory, "This is my beloved Son, in whom I am well pleased."
Young's Literal Translation (YLT) for having received from God the Father honour and glory, such a voice being borne to him by the excellent glory: `This is My Son -- the beloved, in whom I was well pleased;'
Cross Reference Isaiah 42:1 in Oriya 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।
Isaiah 53:10 in Oriya 10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
Matthew 3:17 in Oriya 17 ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Matthew 12:18 in Oriya 18 ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରିବା, ଆଉ ସେ ଅଣଯିହୂଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ।
Matthew 17:5 in Oriya 5 ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ” ଏହାଙ୍କ ବାକ୍ୟ ଶୁଣ।
Mark 1:11 in Oriya 11 ପୁଣି, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
Mark 9:7 in Oriya 7 ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର।
Luke 3:22 in Oriya 22 ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
Luke 9:34 in Oriya 34 ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ।
Luke 10:22 in Oriya 22 ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
John 3:35 in Oriya 35 ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।
John 5:21 in Oriya 21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।
John 5:26 in Oriya 26 କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
John 5:36 in Oriya 36 କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି।
John 6:27 in Oriya 27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ୱର ମୁଦ୍ରାଙ୍କିତ କଲେ।
John 6:37 in Oriya 37 ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
John 6:39 in Oriya 39 ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।
John 10:15 in Oriya 15 ସେହିପରି ମୁଁ ମୋ' ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋ' ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ।
John 10:36 in Oriya 36 ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଇଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ ?
John 12:28 in Oriya 28 ପିତଃ, ଆପଣା ନାମ ମହିମାନ୍ୱିତ କର। ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।
John 13:1 in Oriya 1 ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।
John 14:6 in Oriya 6 ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
John 17:21 in Oriya 21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
John 20:17 in Oriya 17 ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଇଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।
2 Corinthians 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ୱର;
2 Corinthians 11:31 in Oriya 31 ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ୱର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ।
2 John 1:3 in Oriya 3 ପିତା ଈଶ୍ୱର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ।
Jude 1:1 in Oriya 1 ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଇଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।