2 Peter 2:10 in Oriya 10 ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,
Other Translations King James Version (KJV) But chiefly them that walk after the flesh in the lust of uncleanness, and despise government. Presumptuous are they, selfwilled, they are not afraid to speak evil of dignities.
American Standard Version (ASV) but chiefly them that walk after the flesh in the lust of defilement, and despise dominion. Daring, self-willed, they tremble not to rail at dignities:
Bible in Basic English (BBE) But specially those who go after the unclean desires of the flesh, and make sport of authority. Ready to take chances, uncontrolled, they have no fear of saying evil of those in high places:
Darby English Bible (DBY) and specially those who walk after the flesh in [the] lust of uncleanness, and despise lordship. Bold [are they], self-willed; they do not fear speaking injuriously of dignities:
World English Bible (WEB) but chiefly those who walk after the flesh in the lust of defilement, and despise authority. Daring, self-willed, they are not afraid to speak evil of dignitaries;
Young's Literal Translation (YLT) and chiefly those going behind the flesh in desire of uncleanness, and lordship despising; presumptuous, self-complacent, dignities they are not afraid to speak evil of,
Cross Reference Genesis 49:6 in Oriya 6 ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡିକର ଲାଙ୍ଗୁଡ଼ କାଟିଲେ।
Exodus 22:28 in Oriya 28 ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷକୁ ଅଭିଶାପ ଦେବ ନାହିଁ।
Numbers 15:30 in Oriya 30 ମାତ୍ର ଯେଉଁ ପ୍ରାଣୀ ଉର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Numbers 16:12 in Oriya 12 ତହିଁରେ ମୋଶା ଇଲୀୟାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।
Deuteronomy 17:12 in Oriya 12 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।
Deuteronomy 21:20 in Oriya 20 ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”
1 Samuel 10:27 in Oriya 27 ମାତ୍ର କେତେକ ପାପାଧମ ସନ୍ତାନ କହିଲେ, ଏଇଟା କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ ? ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।
2 Samuel 20:1 in Oriya 1 ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”
1 Kings 12:16 in Oriya 16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି ? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ।” ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।
Psalm 2:1 in Oriya 1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି ?
Psalm 12:4 in Oriya 4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ?
Ecclesiastes 10:6 in Oriya 6 ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ।
Ecclesiastes 10:20 in Oriya 20 ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।
Jeremiah 2:31 in Oriya 31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?
Luke 19:14 in Oriya 14 କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।
Acts 23:5 in Oriya 5 ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।
Romans 1:24 in Oriya 24 ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ।
Romans 8:1 in Oriya 1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
Romans 8:4 in Oriya 4 ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ମୋଶାଙ୍କ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।
Romans 8:12 in Oriya 12 ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନ ଯାପନ କରିବାକୁ ଶରୀର ନିକଟରେ ନୁହେଁ;
Romans 13:1 in Oriya 1 ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ୱରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଇଶ୍ବରଙ୍କ ଦ୍ୱାରା ନିଯୁକ୍ତ।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
2 Corinthians 10:3 in Oriya 3 କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,
Ephesians 4:19 in Oriya 19 ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି।
Ephesians 5:5 in Oriya 5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ।
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
1 Thessalonians 4:7 in Oriya 7 କାରଣ ଈଶ୍ୱର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି।
Titus 1:7 in Oriya 7 କାରଣ ଅଧ୍ୟକ୍ଷ, ଇଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,
Hebrews 13:4 in Oriya 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
1 Peter 2:13 in Oriya 13 ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,
2 Peter 3:3 in Oriya 3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,
Jude 1:4 in Oriya 4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଇଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
Jude 1:6 in Oriya 6 ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।
Jude 1:10 in Oriya 10 ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।
Jude 1:16 in Oriya 16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
Jude 1:18 in Oriya 18 ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।