2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
Other Translations King James Version (KJV) Having eyes full of adultery, and that cannot cease from sin; beguiling unstable souls: an heart they have exercised with covetous practices; cursed children:
American Standard Version (ASV) having eyes full of adultery, and that cannot cease from sin; enticing unstedfast souls; having a heart exercised in covetousness; children of cursing;
Bible in Basic English (BBE) Having eyes full of evil desire, never having enough of sin; turning feeble souls out of the true way; they are children of cursing, whose hearts are well used to bitter envy;
Darby English Bible (DBY) having eyes full of adultery, and that cease not from sin, alluring unestablished souls; having a heart practised in covetousness, children of curse;
World English Bible (WEB) having eyes full of adultery, and who can't cease from sin; enticing unsettled souls; having a heart trained in greed; children of cursing;
Young's Literal Translation (YLT) having eyes full of adultery, and unable to cease from sin, enticing unstable souls, having an heart exercised in covetousnesses, children of a curse,
Cross Reference 2 Samuel 11:2 in Oriya 2 ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।
Job 31:7 in Oriya 7 ଯେବେ ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋ' ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯେବେ ମୋ' ହସ୍ତରେ କୌଣସି କଳଙ୍କ ଲାଗିଥାଏ;
Job 31:9 in Oriya 9 ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
Proverbs 6:25 in Oriya 25 ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।
Isaiah 1:16 in Oriya 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Isaiah 34:5 in Oriya 5 କାରଣ ଆମ୍ଭର ଖଡ଼୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।
Isaiah 65:20 in Oriya 20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।
Jeremiah 13:23 in Oriya 23 କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ ?
Matthew 5:28 in Oriya 28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।
Matthew 12:34 in Oriya 34 ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର ? କାରଣ ହୃଦୟର ପୂର୍ଣ୍ଣତାରୁ ମୂଖ କଥା କହେ।
Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Mark 13:22 in Oriya 22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
John 5:44 in Oriya 44 ତୁମ୍ଭେମାନେ କିପରି ବିଶ୍ୱାସ କରି ପାର ? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।
Romans 16:18 in Oriya 18 କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।
1 Corinthians 11:19 in Oriya 19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।
Ephesians 2:3 in Oriya 3 ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;
Ephesians 4:14 in Oriya 14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
Colossians 2:18 in Oriya 18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
James 1:8 in Oriya 8 ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର।
2 Peter 2:3 in Oriya 3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
2 Peter 2:18 in Oriya 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
2 Peter 3:16 in Oriya 16 ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହି ସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେ ସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।
1 John 2:16 in Oriya 16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।