2 Peter 2:15 in Oriya 15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
Other Translations King James Version (KJV) Which have forsaken the right way, and are gone astray, following the way of Balaam the son of Bosor, who loved the wages of unrighteousness;
American Standard Version (ASV) forsaking the right way, they went astray, having followed the way of Balaam the `son' of Beor, who loved the hire of wrong-doing;
Bible in Basic English (BBE) Turning out of the true way, they have gone wandering in error, after the way of Balaam, the son of Beor, who was pleased to take payment for wrongdoing;
Darby English Bible (DBY) having left [the] straight way they have gone astray, having followed in the path of Balaam [the son] of Bosor, who loved [the] reward of unrighteousness;
World English Bible (WEB) forsaking the right way, they went astray, having followed the way of Balaam the son of Beor, who loved the wages of wrong-doing;
Young's Literal Translation (YLT) having forsaken a right way, they did go astray, having followed in the way of Balaam the `son' of Bosor, who a reward of unrighteousness did love,
Cross Reference Numbers 22:5 in Oriya 5 ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମକୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।”
Numbers 22:18 in Oriya 18 ଏଥିରେ ବିଲୀୟମ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ।
Numbers 22:23 in Oriya 23 ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ଼୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;
Numbers 22:28 in Oriya 28 ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମକୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ।”
Numbers 31:16 in Oriya 16 ଦେଖ, ଏମାନେ ବିଲୀୟମର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।
Deuteronomy 23:4 in Oriya 4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ।
1 Samuel 12:23 in Oriya 23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
1 Kings 18:18 in Oriya 18 ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍ ଦେବଗଣର ଅନୁଗାମୀ ହୋଇଅଛ।
1 Kings 19:10 in Oriya 10 ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋ' ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
Nehemiah 13:2 in Oriya 2 କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲିୟମକୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।
Proverbs 28:4 in Oriya 4 ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
Ezekiel 9:10 in Oriya 10 ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”
Hosea 14:8 in Oriya 8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।
Micah 6:5 in Oriya 5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।
Acts 1:18 in Oriya 18 ଏହି ଲୋକ (ଯିହୂଦା) ଅଧର୍ମର ମୁଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରିପଡ଼ିଲା;
Acts 13:10 in Oriya 10 ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ ?
2 Peter 2:13 in Oriya 13 ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।
Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।