2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
Other Translations King James Version (KJV) But the day of the Lord will come as a thief in the night; in the which the heavens shall pass away with a great noise, and the elements shall melt with fervent heat, the earth also and the works that are therein shall be burned up.
American Standard Version (ASV) But the day of the Lord will come as a thief; in the which the heavens shall pass away with a great noise, and the elements shall be dissolved with fervent heat, and the earth and the works that are therein shall be burned up.
Bible in Basic English (BBE) But the day of the Lord will come like a thief; and in that day the heavens will be rolled up with a great noise, and the substance of the earth will be changed by violent heat, and the world and everything in it will be burned up.
Darby English Bible (DBY) But the day of [the] Lord will come as a thief, in which the heavens will pass away with a rushing noise, and [the] elements, burning with heat, shall be dissolved, and [the] earth and the works in it shall be burnt up.
World English Bible (WEB) But the day of the Lord will come as a thief in the night; in which the heavens will pass away with a great noise, and the elements will be dissolved with fervent heat, and the earth and the works that are in it will be burned up.
Young's Literal Translation (YLT) and it will come -- the day of the Lord -- as a thief in the night, in which the heavens with a rushing noise will pass away, and the elements with burning heat be dissolved, and earth and the works in it shall be burnt up.
Cross Reference Psalm 46:6 in Oriya 6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।
Psalm 97:5 in Oriya 5 ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।
Psalm 102:26 in Oriya 26 ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।
Isaiah 2:12 in Oriya 12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
Isaiah 24:19 in Oriya 19 ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି।
Isaiah 34:4 in Oriya 4 ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ଲେଖାପତ୍ର ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ୱିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।
Isaiah 51:6 in Oriya 6 ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଉର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହି ରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।
Joel 1:15 in Oriya 15 ହାୟ ହାୟ ସେ ଦିନ ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।
Joel 2:1 in Oriya 1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।
Joel 2:31 in Oriya 31 ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।
Joel 3:14 in Oriya 14 ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।
Amos 9:5 in Oriya 5 କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ।
Amos 9:13 in Oriya 13 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।
Micah 1:4 in Oriya 4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
Nahum 1:5 in Oriya 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା'ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
Malachi 4:5 in Oriya 5 ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।
Matthew 24:35 in Oriya 35 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।
Matthew 24:42 in Oriya 42 ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।
Mark 13:31 in Oriya 31 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।
Luke 12:39 in Oriya 39 କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ।
Romans 8:20 in Oriya 20 କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତା'ର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;
1 Corinthians 5:5 in Oriya 5 ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ୍, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ।
2 Corinthians 1:14 in Oriya 14 ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।
1 Thessalonians 5:2 in Oriya 2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।
Hebrews 1:11 in Oriya 11 “ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହି ସବୁ ବସ୍ତ୍ର ପରି କ୍ଷୟ ପାଇଯିବ,”
2 Peter 3:7 in Oriya 7 ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
2 Peter 3:12 in Oriya 12 ସେହି ଦିନର ଆଗମନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ୍।
Jude 1:6 in Oriya 6 ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।
Revelation 3:3 in Oriya 3 ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;
Revelation 16:15 in Oriya 15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।
Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।
Revelation 21:1 in Oriya 1 ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।