2 Peter 3:15 in Oriya 15 ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି।
Other Translations King James Version (KJV) And account that the longsuffering of our Lord is salvation; even as our beloved brother Paul also according to the wisdom given unto him hath written unto you;
American Standard Version (ASV) And account that the longsuffering of our Lord is salvation; even as our beloved brother Paul also, according to the wisdom given to him, wrote unto you;
Bible in Basic English (BBE) And be certain that the long waiting of the Lord is for salvation; even as our brother Paul has said in his letters to you, from the wisdom which was given to him;
Darby English Bible (DBY) and account the longsuffering of our Lord [to be] salvation; according as our beloved brother Paul also has written to you according to the wisdom given to him,
World English Bible (WEB) Regard the patience of our Lord as salvation; even as our beloved brother Paul also, according to the wisdom given to him, wrote to you;
Young's Literal Translation (YLT) and the long-suffering of our Lord count ye salvation, according as also our beloved brother Paul -- according to the wisdom given to him -- did write to you,
Cross Reference Exodus 31:3 in Oriya 3 ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି
Exodus 31:6 in Oriya 6 ଆଉ ଦେଖ, ଆମ୍ଭେ ଦାନ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।
Exodus 35:31 in Oriya 31 ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି
Exodus 35:35 in Oriya 35 ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।
1 Kings 3:12 in Oriya 12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।
1 Kings 3:28 in Oriya 28 ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର-ଦତ୍ତ ଜ୍ଞାନ ଅଛି।
1 Kings 4:29 in Oriya 29 ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
Ezra 7:25 in Oriya 25 ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।
Proverbs 2:6 in Oriya 6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
Ecclesiastes 2:26 in Oriya 26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
Daniel 2:20 in Oriya 20 ଦାନିୟେଲ ଉତ୍ତର କରି କହିଲେ, ପରମେଶ୍ୱରଙ୍କର ନାମ ସଦା ସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
Luke 21:15 in Oriya 15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ।
Acts 7:10 in Oriya 10 ପୁଣି, ତାଙ୍କ ସମସ୍ତ କ୍ଲେଶରୁ ତାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ଦେଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ।
Acts 15:25 in Oriya 25 ଏଥି ନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,
Romans 2:4 in Oriya 4 କିମ୍ବା ଇଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?
1 Corinthians 2:13 in Oriya 13 ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ।
1 Corinthians 3:10 in Oriya 10 ମୋତେ ଦିଆଯାଇଥିବା ଇଶ୍ବରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ବନ୍ଧରେ ସାବଧାନ ହେଉ।
1 Corinthians 12:8 in Oriya 8 କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
Ephesians 3:3 in Oriya 3 ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସକ୍ଷିପ୍ତ ଭାବରେ ଲେଖିଅଛି।
1 Timothy 1:16 in Oriya 16 ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥି ନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।
James 1:5 in Oriya 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
James 3:17 in Oriya 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
1 Peter 3:20 in Oriya 20 ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ୱର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;
2 Peter 3:9 in Oriya 9 ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।