2 Peter 3:7 in Oriya 7 ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
Other Translations King James Version (KJV) But the heavens and the earth, which are now, by the same word are kept in store, reserved unto fire against the day of judgment and perdition of ungodly men.
American Standard Version (ASV) but the heavens that now are, and the earth, by the same word have been stored up for fire, being reserved against the day of judgment and destruction of ungodly men.
Bible in Basic English (BBE) But the present heaven and the present earth have been kept for destruction by fire, which is waiting for them on the day of the judging and destruction of evil men.
Darby English Bible (DBY) But the present heavens and the earth by his word are laid up in store, kept for fire unto a day of judgment and destruction of ungodly men.
World English Bible (WEB) But the heavens that now are, and the earth, by the same word have been stored up for fire, being reserved against the day of judgment and destruction of ungodly men.
Young's Literal Translation (YLT) and the present heavens and the earth, by the same word are treasured, for fire being kept to a day of judgment and destruction of the impious men.
Cross Reference Psalm 50:3 in Oriya 3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
Psalm 102:26 in Oriya 26 ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।
Isaiah 51:6 in Oriya 6 ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଉର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହି ରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।
Zephaniah 3:8 in Oriya 8 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
Matthew 10:15 in Oriya 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।
Matthew 11:22 in Oriya 22 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।
Matthew 11:24 in Oriya 24 ତଥାପି ମୁଁ ତୁମ୍ଭମାନଙ୍କୁ କହିଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।
Matthew 12:36 in Oriya 36 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
Matthew 24:35 in Oriya 35 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।
Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Mark 6:11 in Oriya 11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।
Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Philippians 1:28 in Oriya 28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ;
2 Thessalonians 1:7 in Oriya 7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଇଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
2 Thessalonians 2:3 in Oriya 3 କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ।
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
2 Peter 2:9 in Oriya 9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।
2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
2 Peter 3:12 in Oriya 12 ସେହି ଦିନର ଆଗମନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ୍।
1 John 4:17 in Oriya 17 ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।
Jude 1:7 in Oriya 7 ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।
Revelation 17:8 in Oriya 8 ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ।
Revelation 17:11 in Oriya 11 ପୁଣି, ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ।
Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।
Revelation 21:1 in Oriya 1 ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।