2 Samuel 1:16 in Oriya 16 ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”
Other Translations King James Version (KJV) And David said unto him, Thy blood be upon thy head; for thy mouth hath testified against thee, saying, I have slain the LORD's anointed.
American Standard Version (ASV) And David said unto him, Thy blood be upon thy head; for thy mouth hath testified against thee, saying, I have slain Jehovah's anointed.
Bible in Basic English (BBE) And David said to him, May your blood be on your head; for your mouth has given witness against you, saying, I have put to death the man marked with the holy oil.
Darby English Bible (DBY) And David said to him, Thy blood be upon thy head; for thy mouth has testified against thee, saying, I have slain Jehovah's anointed.
Webster's Bible (WBT) And David said to him, Thy blood be upon thy head; for thy mouth hath testified against thee, saying, I have slain the LORD'S anointed.
World English Bible (WEB) David said to him, Your blood be on your head; for your mouth has testified against you, saying, I have slain Yahweh's anointed.
Young's Literal Translation (YLT) and David saith unto him, `Thy blood `is' on thine own head, for thy mouth hath testified against thee, saying, I -- I put to death the anointed of Jehovah.'
Cross Reference Genesis 9:5 in Oriya 5 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
Leviticus 20:9 in Oriya 9 ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
Leviticus 20:11 in Oriya 11 ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Leviticus 20:16 in Oriya 16 ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Leviticus 20:27 in Oriya 27 ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”
Deuteronomy 19:10 in Oriya 10 ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ।
Joshua 2:19 in Oriya 19 ତହିଁରେ ଯେକେହି ତୁମ୍ଭ ଗୃହ-ଦ୍ୱାରରୁ ବାହାରି ଦାଣ୍ଡକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯଦି କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ।
Judges 9:24 in Oriya 24 ଯେପରି ଯିରୁବ୍ବାଲ୍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍ ଉପରେ ଏବଂ ଭାଇମାନଙ୍କୁ ବଧ କରିବାରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଙ୍କ ଉପରେ ସେହି ରକ୍ତପାତର ଅପରାଧ ବର୍ତ୍ତେ।
1 Samuel 26:9 in Oriya 9 ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ ?
2 Samuel 1:10 in Oriya 10 ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋ' ସ୍ବାମୀଙ୍କ କତିକି ଆଣିଅଛି।
2 Samuel 3:28 in Oriya 28 ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନରର ପୁତ୍ର ଅବ୍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତ କାଳ ନିର୍ଦ୍ଦୋଷ;
1 Kings 2:32 in Oriya 32 ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋ' ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନରର ପୁତ୍ର ଅବ୍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ଼୍ଗରେ ବଧ କରିଥିଲା।
1 Kings 2:37 in Oriya 37 କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।
Job 15:6 in Oriya 6 ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।
Proverbs 6:2 in Oriya 2 ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ।
Ezekiel 18:13 in Oriya 13 ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।
Ezekiel 33:5 in Oriya 5 ସେ ତୂରୀର ଶବ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥା'ନ୍ତା।
Matthew 27:25 in Oriya 25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।
Luke 19:22 in Oriya 22 ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କ'ଣ ଜାଣିଥିଲୁ ?
Acts 20:26 in Oriya 26 ଏ ହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ମୁକ୍ତ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।
Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;