2 Samuel 12:13 in Oriya 13 ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।
Other Translations King James Version (KJV) And David said unto Nathan, I have sinned against the LORD. And Nathan said unto David, The LORD also hath put away thy sin; thou shalt not die.
American Standard Version (ASV) And David said unto Nathan, I have sinned against Jehovah. And Nathan said unto David, Jehovah also hath put away thy sin; thou shalt not die.
Bible in Basic English (BBE) And David said to Nathan, Great is my sin against the Lord. And Nathan said to David, The Lord has put away your sin; death will not come on you.
Darby English Bible (DBY) And David said to Nathan, I have sinned against Jehovah. And Nathan said to David, Jehovah has also put away thy sin: thou shalt not die.
Webster's Bible (WBT) And David said to Nathan, I have sinned against the LORD. And Nathan said to David, The LORD also hath put away thy sin; thou shalt not die.
World English Bible (WEB) David said to Nathan, "I have sinned against Yahweh." Nathan said to David, "Yahweh also has put away your sin. You will not die.
Young's Literal Translation (YLT) And David saith unto Nathan, `I have sinned against Jehovah.' And Nathan saith unto David, `Also -- Jehovah hath caused thy sin to pass away; thou dost not die;
Cross Reference Leviticus 20:10 in Oriya 10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
Leviticus 24:17 in Oriya 17 ଆଉ, ଯେକେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ।
Numbers 35:31 in Oriya 31 ଆହୁରି ପ୍ରାଣଦଣ୍ଡଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।
1 Samuel 15:20 in Oriya 20 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ସଦାପ୍ରଭୁଙ୍କ ରବ ଶୁଣିଲି ଓ ସଦାପ୍ରଭୁ ମୋତେ ଯେଉଁ ଯାତ୍ରା କରିବାକୁ ପଠାଇଲେ, ତାହା କଲି ଓ ଅମାଲେକର ରାଜା ଅଗାଗକୁ ଆଣିଲି, ପୁଣି, ଅମାଲେକୀୟମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲି।
1 Samuel 15:24 in Oriya 24 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।
1 Samuel 15:30 in Oriya 30 ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ' ସଙ୍ଗେ ଫେରି ଆସ।
2 Samuel 24:10 in Oriya 10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୁ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”
1 Kings 13:4 in Oriya 4 ତହିଁରେ ପରମେଶ୍ୱରଙ୍କ ଲୋକ ବୈଥେଲସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।
1 Kings 21:20 in Oriya 20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କ'ଣ ମୋତେ ପାଇଲ ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରିି କରିଅଛ।
1 Kings 22:8 in Oriya 8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ' ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
2 Kings 1:9 in Oriya 9 ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ।”
2 Chronicles 16:10 in Oriya 10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
2 Chronicles 24:20 in Oriya 20 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।
2 Chronicles 25:16 in Oriya 16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ'ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ' ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।
Job 7:20 in Oriya 20 ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କ'ଣ କରେ ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି ?
Job 33:27 in Oriya 27 ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
Psalm 32:1 in Oriya 1 ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
Psalm 51:4 in Oriya 4 ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
Psalm 51:16 in Oriya 16 କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।
Psalm 130:3 in Oriya 3 ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ ?
Proverbs 25:12 in Oriya 12 ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ୍ ଭର୍ତ୍ସନାକାରୀ ସେପରି।
Proverbs 28:13 in Oriya 13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
Isaiah 6:5 in Oriya 5 ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”
Isaiah 38:17 in Oriya 17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋ' ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।
Isaiah 43:24 in Oriya 24 ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।
Isaiah 44:22 in Oriya 22 ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
Lamentations 3:32 in Oriya 32 କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Zechariah 3:4 in Oriya 4 ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, “ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ।” ପୁଣି, ତାଙ୍କୁ ସେ କହିଲେ, “ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।”
Matthew 14:3 in Oriya 3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
Matthew 14:10 in Oriya 10 ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ,
Luke 15:21 in Oriya 21 ପୁତ୍ର ତାହାଙ୍କୁ କହିଲା, ବାପା, ଇଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡ଼କାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।
Acts 2:37 in Oriya 37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?
Acts 13:38 in Oriya 38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
Romans 8:33 in Oriya 33 ଇଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।
Hebrews 9:26 in Oriya 26 ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି।
1 John 1:7 in Oriya 7 କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,