2 Samuel 20:19 in Oriya 19 ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ ?”
Other Translations King James Version (KJV) I am one of them that are peaceable and faithful in Israel: thou seekest to destroy a city and a mother in Israel: why wilt thou swallow up the inheritance of the LORD?
American Standard Version (ASV) I am of them that are peaceable and faithful in Israel: thou seekest to destroy a city and a mother in Israel: why wilt thou swallow up the inheritance of Jehovah?
Bible in Basic English (BBE) Your purpose is the destruction of a mother-town in Israel: why would you put an end to the heritage of the Lord?
Darby English Bible (DBY) I am peaceable [and] faithful in Israel: thou seekest to destroy a city and a mother in Israel. Why wilt thou swallow up the inheritance of Jehovah?
Webster's Bible (WBT) I am one of them that are peaceable and faithful in Israel: thou seekest to destroy a city and a mother in Israel: why wilt thou swallow up the inheritance of the LORD?
World English Bible (WEB) I am of those who are peaceable and faithful in Israel: you seek to destroy a city and a mother in Israel: why will you swallow up the inheritance of Yahweh?
Young's Literal Translation (YLT) I `am' of the peaceable -- faithful ones of Israel; thou art seeking to destroy a city, and a mother in Israel; why dost thou swallow up the inheritance of Jehovah?
Cross Reference Genesis 18:23 in Oriya 23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ?
Exodus 19:5 in Oriya 5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Numbers 16:32 in Oriya 32 ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।
Numbers 26:10 in Oriya 10 ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।
Deuteronomy 32:9 in Oriya 9 କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।
Judges 5:7 in Oriya 7 ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ, ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ମୁଁ ଇସ୍ରାଏଲ ମଧ୍ୟରେ ମାତୃତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ।
1 Samuel 26:19 in Oriya 19 ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା'ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।
2 Samuel 17:16 in Oriya 16 ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ‘ପ୍ରାନ୍ତରସ୍ଥ ଘାଟୀ ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସି-ମତେ ପାର ହୋଇ ଚାଲି ଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ।'”
2 Samuel 21:3 in Oriya 3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି ?”
Psalm 124:3 in Oriya 3 ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାନ୍ତେ;
Jeremiah 51:34 in Oriya 34 ‘ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।'
Jeremiah 51:44 in Oriya 44 ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
Lamentations 2:2 in Oriya 2 ପ୍ରଭୁ ଯାକୁବର ସକଳ ବାସ ସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।
Lamentations 2:5 in Oriya 5 ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
Lamentations 2:16 in Oriya 16 ତୁମ୍ଭର ଶତ୍ରୁସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।
Ezekiel 16:45 in Oriya 45 ତୁମ୍ଭେ ଆପଣା ମାତାର କନ୍ୟା, ସେ ଆପଣା ସ୍ୱାମୀକୁ ଓ ସନ୍ତାନମାନଙ୍କୁ ଘୃଣା କରେ; ତୁମ୍ଭେ ନିଜ ଭଗିନୀଗଣର ଭଗିନୀ, ସେମାନେ ଆପଣା ଆପଣା ସ୍ୱାମୀକୁ ଓ ସନ୍ତାନଗଣକୁ ଘୃଣା କଲେ; ତୁମ୍ଭମାନଙ୍କର ମାତା ଜଣେ ହିତ୍ତୀୟା ଓ ତୁମ୍ଭମାନଙ୍କର ପିତା ଜଣେ ଇମୋରୀୟ ଥିଲା।
Romans 13:3 in Oriya 3 କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର ? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,
1 Corinthians 15:54 in Oriya 54 କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଏହି ଲିଖିତ ବାକ୍ୟ ସଫଳ ହେବ,
2 Corinthians 5:4 in Oriya 4 କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥି ନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
1 Timothy 2:2 in Oriya 2 ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି।