2 Samuel 22:3 in Oriya 3 ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।
Other Translations King James Version (KJV) The God of my rock; in him will I trust: he is my shield, and the horn of my salvation, my high tower, and my refuge, my saviour; thou savest me from violence.
American Standard Version (ASV) God, my rock, in him will I take refuge; My shield, and the horn of my salvation, my high tower, and my refuge; My saviour, thou savest me from violence.
Bible in Basic English (BBE) My God, my Rock, in him will I put my faith; my breastplate, and the horn of my salvation, my high tower, and my safe place; my saviour, who keeps me safe from the violent man.
Darby English Bible (DBY) God is my rock, in him will I trust -- My shield, and the horn of my salvation, My high tower, and my refuge, My saviour: thou wilt save me from violence.
Webster's Bible (WBT) The God of my rock; in him will I trust: he is my shield, and the horn of my salvation, my high tower, and my refuge, my preserver; thou savest me from violence.
World English Bible (WEB) God, my rock, in him will I take refuge; My shield, and the horn of my salvation, my high tower, and my refuge; My savior, you save me from violence.
Young's Literal Translation (YLT) My God `is' my rock -- I take refuge in Him; My shield, and the horn of my salvation, My high tower, and my refuge! My Saviour, from violence Thou savest me!
Cross Reference Genesis 15:1 in Oriya 1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାର ସ୍ୱରୂପ।”
Deuteronomy 32:37 in Oriya 37 ପୁଣି ସେ କହିବେ, ସେମାନଙ୍କ ଦେବତାମାନେ କାହାନ୍ତି ? ଯେଉଁ ଶୈଳରେ ସେମାନେ ଶରଣ ନେଲେ, ସେ କାହିଁ ?
Deuteronomy 33:29 in Oriya 29 ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାରପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ଼୍ଗ ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।”
1 Samuel 2:1 in Oriya 1 ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।
2 Samuel 22:49 in Oriya 49 ପୁଣି ସେ ମୋ' ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋ' ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।
2 Samuel 22:51 in Oriya 51 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତ କାଳ ଦୟା ପ୍ରକାଶ କରନ୍ତି।”
Psalm 3:3 in Oriya 3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ' ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ' ମସ୍ତକ ଉଠାଇବା କର୍ତ୍ତା ଅଟ।
Psalm 5:12 in Oriya 12 ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୁ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।
Psalm 9:9 in Oriya 9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
Psalm 14:6 in Oriya 6 ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।
Psalm 18:2 in Oriya 2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
Psalm 27:5 in Oriya 5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
Psalm 28:7 in Oriya 7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ' ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
Psalm 32:7 in Oriya 7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। ସେଲା
Psalm 46:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
Psalm 46:7 in Oriya 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Psalm 46:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା
Psalm 55:9 in Oriya 9 ହେ ପ୍ରଭୁ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।
Psalm 59:16 in Oriya 16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।
Psalm 61:3 in Oriya 3 କାରଣ ତୁମ୍ଭେ ମୋ' ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।
Psalm 71:7 in Oriya 7 ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।
Psalm 72:14 in Oriya 14 ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ରକ୍ତ ବହୁମୂଲ୍ୟ ହେବ।
Psalm 84:9 in Oriya 9 ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।
Psalm 84:11 in Oriya 11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
Psalm 86:14 in Oriya 14 ହେ ପରମେଶ୍ୱର, ଅହଙ୍କାରୀମାନେ ମୋ' ବିରୁଦ୍ଧରେ ଉଠିଅଛନ୍ତି, ଦୁରନ୍ତ ଲୋକଙ୍କ ମଣ୍ଡଳୀ ମୋ' ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି।
Psalm 115:9 in Oriya 9 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
Psalm 140:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।
Psalm 140:4 in Oriya 4 ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋ' ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
Psalm 140:11 in Oriya 11 ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।
Psalm 144:2 in Oriya 2 ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ମୋ' ଲୋକମାନଙ୍କୁ ମୋ' ପଦତଳେ ବଶୀଭୂତ କରନ୍ତି।
Proverbs 18:10 in Oriya 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
Proverbs 30:5 in Oriya 5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।
Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Isaiah 32:2 in Oriya 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
Isaiah 45:21 in Oriya 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
Jeremiah 16:9 in Oriya 9 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।”
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Luke 1:47 in Oriya 47 ପୁଣି, ମୋହର ଆତ୍ମା ମୋ' ତ୍ରାଣକର୍ତ୍ତା ଈଶ୍ୱରଙ୍କଠାରେ ଆନନ୍ଦିତ ହୋଇଅଛି;
Luke 1:69 in Oriya 69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
Luke 1:71 in Oriya 71 ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,
Titus 3:4 in Oriya 4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,
Titus 3:6 in Oriya 6 ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଦେଲେ,
Hebrews 2:13 in Oriya 13 ପୁନଶ୍ଚ କହନ୍ତି, ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି। ପୁନର୍ବାର, ଏହି ଦେଖ, ମୁଁ ଓ ଇଶ୍ବରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ।