2 Samuel 7:22 in Oriya 22 ଏହେତୁ ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
Other Translations King James Version (KJV) Wherefore thou art great, O LORD God: for there is none like thee, neither is there any God beside thee, according to all that we have heard with our ears.
American Standard Version (ASV) Wherefore thou art great, O Jehovah God: for there is none like thee, neither is there any God besides thee, according to all that we have heard with our ears.
Bible in Basic English (BBE) Truly you are great, O Lord God: there is no one like you and no other God but you, as is clear from everything which has come to our ears.
Darby English Bible (DBY) Wherefore thou art great, Jehovah Elohim; for there is none like thee, neither is there any God beside thee, according to all that we have heard with our ears.
Webster's Bible (WBT) Wherefore thou art great, O LORD God: for there is none like thee, neither is there any God besides thee, according to all that we have heard with our ears.
World English Bible (WEB) Therefore you are great, Yahweh God: for there is none like you, neither is there any God besides you, according to all that we have heard with our ears.
Young's Literal Translation (YLT) Therefore Thou hast been great, Jehovah God, for there is none like Thee, and there is no God save Thee, according to all that we have heard with our ears.
Cross Reference Exodus 10:2 in Oriya 2 ପୁଣି, ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”
Exodus 15:11 in Oriya 11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ?
Deuteronomy 3:24 in Oriya 24 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ୍ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି ?
Deuteronomy 4:35 in Oriya 35 ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।
Deuteronomy 32:39 in Oriya 39 ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।
1 Samuel 2:2 in Oriya 2 ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।
1 Chronicles 16:25 in Oriya 25 କାରଣ ସଦାପ୍ରଭୁ ମହାନ୍ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।
2 Chronicles 2:5 in Oriya 5 ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ୍ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ୍ ଅଟନ୍ତି।
Psalm 44:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହସନ୍ତାନଗଣର ଗୀତ। ମସ୍କିଲ୍। ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
Psalm 48:1 in Oriya 1 ଗୀତ : କୋରହ-ସନ୍ତାନମାନଙ୍କର ଗୀତ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
Psalm 86:8 in Oriya 8 ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।
Psalm 86:10 in Oriya 10 କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।
Psalm 89:6 in Oriya 6 କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର
Psalm 89:8 in Oriya 8 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।
Psalm 96:4 in Oriya 4 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।
Psalm 135:5 in Oriya 5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବ ଅପେକ୍ଷା ଶ୍ରେଷ୍ଠ।
Psalm 145:3 in Oriya 3 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।
Isaiah 40:18 in Oriya 18 ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ ?
Isaiah 40:25 in Oriya 25 ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ ?
Isaiah 45:5 in Oriya 5 ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;
Isaiah 45:18 in Oriya 18 କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
Isaiah 45:22 in Oriya 22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
Jeremiah 10:6 in Oriya 6 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।
Ezekiel 36:22 in Oriya 22 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ।
Ezekiel 36:32 in Oriya 32 ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷର୍ଣ୍ଣ ହୁଅ।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।