2 Thessalonians 1:12 in Oriya 12 ତାହାହେଲେ ଆମ୍ଭମାନଙ୍କ ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।
Other Translations King James Version (KJV) That the name of our Lord Jesus Christ may be glorified in you, and ye in him, according to the grace of our God and the Lord Jesus Christ.
American Standard Version (ASV) that the name of our Lord Jesus may be glorified in you, and ye in him, according to the grace of our God and the Lord Jesus Christ.
Bible in Basic English (BBE) So that glory may be given to the name of our Lord Jesus through you, and you may have glory in him, by the grace of our God and the Lord Jesus Christ.
Darby English Bible (DBY) so that the name of our Lord Jesus [Christ] may be glorified in you and *ye* in him, according to the grace of our God, and of [the] Lord Jesus Christ.
World English Bible (WEB) that the name of our Lord Jesus{TR adds "Christ"} may be glorified in you, and you in him, according to the grace of our God and the Lord Jesus Christ.
Young's Literal Translation (YLT) that the name of our Lord Jesus Christ may be glorified in you, and ye in him, according to the grace of our God and Lord Jesus Christ.
Cross Reference Genesis 18:18 in Oriya 18 ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।
Psalm 72:17 in Oriya 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Isaiah 45:17 in Oriya 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
Isaiah 45:25 in Oriya 25 ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।
Isaiah 66:5 in Oriya 5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।
John 17:10 in Oriya 10 ଯାହା ଯାହା ମୋହର, ସେହି ସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହି ସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି।
John 17:21 in Oriya 21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
Romans 1:7 in Oriya 7 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
1 Corinthians 1:4 in Oriya 4 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଇଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,
2 Corinthians 8:9 in Oriya 9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।
2 Corinthians 13:4 in Oriya 4 ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଇଶ୍ବରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଇଶ୍ବରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।
Philippians 2:9 in Oriya 9 ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
Philippians 3:9 in Oriya 9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
Colossians 2:9 in Oriya 9 କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
2 Thessalonians 1:10 in Oriya 10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
Titus 2:11 in Oriya 11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
1 Peter 1:7 in Oriya 7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।
1 Peter 4:14 in Oriya 14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଇଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
Revelation 1:4 in Oriya 4 ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ