2 Thessalonians 1:3 in Oriya 3 ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
Other Translations King James Version (KJV) We are bound to thank God always for you, brethren, as it is meet, because that your faith groweth exceedingly, and the charity of every one of you all toward each other aboundeth;
American Standard Version (ASV) We are bound to give thanks to God always to you, brethren, even as it is meet, for that your faith growth exceedingly, and the love of each one of you all toward one another aboundeth;
Bible in Basic English (BBE) It is right for us to give praise to God at all times for you, brothers, because of the great increase of your faith, and the wealth of your love for one another;
Darby English Bible (DBY) We ought to thank God always for you, brethren, even as it is meet, because your faith increases exceedingly, and the love of each one of you all towards one another abounds;
World English Bible (WEB) We are bound to always give thanks to God for you, brothers,{The word for "brothers" here and where context allows may also be correctly translated "brothers and sisters" or "siblings."} even as it is appropriate, because your faith grows exceedingly, and the love of each and every one of you towards one another abounds;
Young's Literal Translation (YLT) We ought to give thanks to God always for you, brethren, as it is meet, because increase greatly doth your faith, and abound doth the love of each one of you all, to one another;
Cross Reference Job 17:9 in Oriya 9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।
Psalm 84:7 in Oriya 7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
Psalm 92:13 in Oriya 13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
Proverbs 4:18 in Oriya 18 ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।
Isaiah 40:29 in Oriya 29 ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।
Luke 15:32 in Oriya 32 କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।
Luke 17:5 in Oriya 5 ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।
John 15:2 in Oriya 2 ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।
Romans 1:8 in Oriya 8 ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି।
1 Corinthians 1:4 in Oriya 4 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଇଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,
Ephesians 5:20 in Oriya 20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ,
Philippians 1:7 in Oriya 7 ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।
Philippians 1:9 in Oriya 9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
1 Thessalonians 1:2 in Oriya 2 ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ସହିଷ୍ଣୁତା ବିଷୟ ନିରନ୍ତର ସ୍ମରଣ କରି,
1 Thessalonians 3:6 in Oriya 6 କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;
1 Thessalonians 3:9 in Oriya 9 ହଁ, ଆମ୍ଭମାନଙ୍କ ଇଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେଇପାରୁ ?
1 Thessalonians 3:12 in Oriya 12 ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ।
1 Thessalonians 4:1 in Oriya 1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ।
1 Thessalonians 4:9 in Oriya 9 ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଇଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
2 Thessalonians 2:13 in Oriya 13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
1 Peter 1:22 in Oriya 22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
2 Peter 1:5 in Oriya 5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,
2 Peter 1:13 in Oriya 13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,
2 Peter 3:18 in Oriya 18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।