2 Thessalonians 1:5 in Oriya 5 ଇଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଇଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
Other Translations King James Version (KJV) Which is a manifest token of the righteous judgment of God, that ye may be counted worthy of the kingdom of God, for which ye also suffer:
American Standard Version (ASV) `which is' a manifest token of the righteous judgment of God; to the end that ye may be counted worthy of the kingdom of God, for which ye also suffer:
Bible in Basic English (BBE) Which is a clear sign of the decision which God in his righteousness has made; to give you a part in his kingdom, for which you have undergone this pain;
Darby English Bible (DBY) a manifest token of the righteous judgment of God, to the end that ye should be counted worthy of the kingdom of God, for the sake of which ye also suffer;
World English Bible (WEB) This is an obvious sign of the righteous judgment of God, to the end that you may be counted worthy of the Kingdom of God, for which you also suffer.
Young's Literal Translation (YLT) a token of the righteous judgment of God, for your being counted worthy of the reign of God, for which also ye suffer,
Cross Reference Job 8:3 in Oriya 3 ପରମେଶ୍ୱର କ'ଣ ବିଚାର ବିପରୀତ କରନ୍ତି ? ଅଥବା ସର୍ବଶକ୍ତିମାନ କ'ଣ ନ୍ୟାୟ ବିପରୀତ କରନ୍ତି ?
Psalm 9:7 in Oriya 7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
Psalm 33:5 in Oriya 5 ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
Psalm 50:6 in Oriya 6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। ସେଲା
Psalm 72:2 in Oriya 2 ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
Psalm 99:4 in Oriya 4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
Psalm 111:7 in Oriya 7 ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ।
Jeremiah 9:24 in Oriya 24 ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।”
Daniel 4:37 in Oriya 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Luke 20:35 in Oriya 35 କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;
Luke 21:36 in Oriya 36 କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।
Acts 13:46 in Oriya 46 ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଇଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,
Acts 14:22 in Oriya 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Romans 8:17 in Oriya 17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଇଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
Ephesians 4:1 in Oriya 1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,
Philippians 1:28 in Oriya 28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ;
Colossians 1:12 in Oriya 12 ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।
1 Thessalonians 2:14 in Oriya 14 କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦା ଦେଶସ୍ଥ ମଣ୍ଡଳୀସମୁହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୂଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହି ସବୁ ଦୁଃଖଭୋଗ କରୁଅଛ।
2 Thessalonians 1:6 in Oriya 6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
2 Thessalonians 1:11 in Oriya 11 ଏଣୁ ଆମ୍ଭମାନଙ୍କ ଈଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;
2 Timothy 2:12 in Oriya 12 ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
Hebrews 10:32 in Oriya 32 କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
1 Peter 4:14 in Oriya 14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଇଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
Revelation 3:4 in Oriya 4 ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।
Revelation 15:4 in Oriya 4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।
Revelation 16:7 in Oriya 7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।
Revelation 19:2 in Oriya 2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।