2 Thessalonians 2:14 in Oriya 14 ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।
Other Translations King James Version (KJV) Whereunto he called you by our gospel, to the obtaining of the glory of our Lord Jesus Christ.
American Standard Version (ASV) whereunto he called you through our gospel, to the obtaining of the glory of our Lord Jesus Christ.
Bible in Basic English (BBE) And in this purpose he gave you a part through the good news of which we were the preachers, even that you might have part in the glory of our Lord Jesus Christ.
Darby English Bible (DBY) whereto he has called you by our glad tidings, to [the] obtaining of [the] glory of our Lord Jesus Christ.
World English Bible (WEB) to which he called you through our Gospel, for the obtaining of the glory of our Lord Jesus Christ.
Young's Literal Translation (YLT) to which He did call you through our good news, to the acquiring of the glory of our Lord Jesus Christ;
Cross Reference Psalm 16:11 in Oriya 11 ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।”
Matthew 25:21 in Oriya 21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
John 14:2 in Oriya 2 ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
John 17:22 in Oriya 22 ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି;
John 17:24 in Oriya 24 ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।
Romans 2:16 in Oriya 16 ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।
Romans 8:17 in Oriya 17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଇଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
Ephesians 1:18 in Oriya 18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ,
1 Thessalonians 1:5 in Oriya 5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।
1 Thessalonians 2:12 in Oriya 12 ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଇଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇ ପାର।
2 Timothy 2:12 in Oriya 12 ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
1 Peter 1:4 in Oriya 4 ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।
1 Peter 5:10 in Oriya 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
Revelation 3:21 in Oriya 21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି।
Revelation 21:23 in Oriya 23 ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଇଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।
Revelation 22:3 in Oriya 3 କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।