2 Thessalonians 2:8 in Oriya 8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।
Other Translations King James Version (KJV) And then shall that Wicked be revealed, whom the Lord shall consume with the spirit of his mouth, and shall destroy with the brightness of his coming:
American Standard Version (ASV) And then shall be revealed the lawless one, whom the Lord Jesus shall slay with the breath of his mouth, and bring to nought by the manifestation of his coming;
Bible in Basic English (BBE) And then will come the revelation of that evil one, whom the Lord Jesus will put to death with the breath of his mouth, and give to destruction by the revelation of his coming;
Darby English Bible (DBY) and then the lawless one shall be revealed, whom the Lord Jesus shall consume with the breath of his mouth, and shall annul by the appearing of his coming;
World English Bible (WEB) Then the lawless one will be revealed, whom the Lord will kill with the breath of his mouth, and bring to nothing by the brightness of his coming;
Young's Literal Translation (YLT) and then shall be revealed the Lawless One, whom the Lord shall consume with the spirit of his mouth, and shall destroy with the manifestation of his presence,
Cross Reference Job 4:9 in Oriya 9 ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।
Psalm 18:15 in Oriya 15 ସେତେବେଳେ, ହେ ସଦାପ୍ରଭୁ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।
Isaiah 11:4 in Oriya 4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
Daniel 7:10 in Oriya 10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।
Daniel 7:26 in Oriya 26 ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।
Hosea 6:5 in Oriya 5 ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖ ନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।
Matthew 13:19 in Oriya 19 ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Matthew 13:38 in Oriya 38 କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
2 Thessalonians 2:3 in Oriya 3 କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ।
1 Timothy 6:14 in Oriya 14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି କଳଙ୍କ ଶୂନ୍ୟ ଓ ଅନିନ୍ଦନୀୟ ହୋଇ ରୁହ।
2 Timothy 1:10 in Oriya 10 କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
2 Timothy 4:1 in Oriya 1 ମୁଁ ଇଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
2 Timothy 4:8 in Oriya 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Titus 2:13 in Oriya 13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି।
Hebrews 10:27 in Oriya 27 ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।
1 John 2:13 in Oriya 13 ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
1 John 3:12 in Oriya 12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।
1 John 5:18 in Oriya 18 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
Revelation 1:16 in Oriya 16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।
Revelation 2:16 in Oriya 16 ଏଣୁ ମନପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ଼୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ।
Revelation 18:8 in Oriya 8 ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ୱର ଶକ୍ତିମାନ।
Revelation 19:15 in Oriya 15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଇଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।
Revelation 20:10 in Oriya 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।