2 Thessalonians 3:6 in Oriya 6 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।
Other Translations King James Version (KJV) Now we command you, brethren, in the name of our Lord Jesus Christ, that ye withdraw yourselves from every brother that walketh disorderly, and not after the tradition which he received of us.
American Standard Version (ASV) Now we command you, brethren, in the name of our Lord Jesus Christ, that ye withdraw yourselves from every brother that walketh disorderly, and not after the tradition which they received of us.
Bible in Basic English (BBE) Now we give you orders, brothers, in the name of our Lord Jesus Christ, to keep away from all those whose behaviour is not well ordered and in harmony with the teaching which they had from us.
Darby English Bible (DBY) Now we enjoin you, brethren, in the name of our Lord Jesus Christ, that ye withdraw from every brother walking disorderly and not according to the instruction which he received from us.
World English Bible (WEB) Now we command you, brothers, in the name of our Lord Jesus Christ, that you withdraw yourselves from every brother who walks in rebellion, and not after the tradition which they received from us.
Young's Literal Translation (YLT) And we command you, brethren, in the name of our Lord Jesus Christ, to withdraw yourselves from every brother disorderly walking, and not after the deliverance that ye received from us,
Cross Reference Matthew 18:17 in Oriya 17 ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ।
Romans 16:17 in Oriya 17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
1 Corinthians 5:4 in Oriya 4 ଅର୍ଥାତ୍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,
1 Corinthians 5:11 in Oriya 11 କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରିଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।
1 Corinthians 11:2 in Oriya 2 ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହି ସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି।
2 Corinthians 2:10 in Oriya 10 କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Colossians 3:17 in Oriya 17 ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ।
1 Thessalonians 4:1 in Oriya 1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ।
1 Thessalonians 4:11 in Oriya 11 ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥି ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
1 Thessalonians 5:14 in Oriya 14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
2 Thessalonians 2:15 in Oriya 15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ।
2 Thessalonians 3:7 in Oriya 7 କାରଣ କିପରି ଅାମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ୍, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,
2 Thessalonians 3:10 in Oriya 10 କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ।
2 Thessalonians 3:14 in Oriya 14 ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;
1 Timothy 5:21 in Oriya 21 ଇଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।
1 Timothy 6:5 in Oriya 5 ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
1 Timothy 6:13 in Oriya 13 ସମସ୍ତଙ୍କ ଜୀବନଦାତା ଇଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
2 Timothy 3:5 in Oriya 5 ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।
2 Timothy 4:1 in Oriya 1 ମୁଁ ଇଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
Hebrews 12:15 in Oriya 15 କାଳେ କେହି ଇଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
3 John 1:10 in Oriya 10 ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।