2 Timothy 1:5 in Oriya 5 କାରଣ ଯେଉଁ ଅକପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମା ଇଉନୀକୀଙ୍କ ଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ଅକପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।
Other Translations King James Version (KJV) When I call to remembrance the unfeigned faith that is in thee, which dwelt first in thy grandmother Lois, and thy mother Eunice; and I am persuaded that in thee also.
American Standard Version (ASV) having been reminded of the unfeigned faith that is in thee; which dwelt first in thy grandmother Lois, and thy mother Eunice; and, I am persuaded, in thee also.
Bible in Basic English (BBE) Having in mind your true faith, which first was in your mother's mother Lois, and in your mother Eunice, and, I am certain, is now in you.
Darby English Bible (DBY) calling to mind the unfeigned faith which [has been] in thee, which dwelt first in thy grandmother Lois, and in thy mother Eunice, and I am persuaded that in thee also.
World English Bible (WEB) having been reminded of the unfeigned faith that is in you; which lived first in your grandmother Lois, and your mother Eunice, and, I am persuaded, in you also.
Young's Literal Translation (YLT) taking remembrance of the unfeigned faith that is in thee, that dwelt first in thy grandmother Lois, and thy mother Eunice, and I am persuaded that also in thee.
Cross Reference Psalm 17:1 in Oriya 1 ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ' କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ' ପ୍ରାର୍ଥନାରେ କର୍ଣ୍ଣପାତ କର।
Psalm 18:44 in Oriya 44 ସେମାନେ ମୋର ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।
Psalm 22:10 in Oriya 10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
Psalm 66:3 in Oriya 3 ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।”
Psalm 77:6 in Oriya 6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
Psalm 81:15 in Oriya 15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।
Psalm 86:16 in Oriya 16 ଆହେ, ମୋ' ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି, ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର।
Psalm 116:16 in Oriya 16 ହେ ସଦାପ୍ରଭୁ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।
Jeremiah 3:10 in Oriya 10 ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି,” ଏହା ସଦାପ୍ରଭୁ କହନ୍ତି।
John 1:47 in Oriya 47 ଯୀଶୁ ନଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।
Acts 16:1 in Oriya 1 ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୂଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ।
Acts 26:26 in Oriya 26 ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।
Romans 4:21 in Oriya 21 କିନ୍ତୁ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।
Romans 8:38 in Oriya 38 କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,
Romans 14:5 in Oriya 5 ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।
Romans 14:14 in Oriya 14 ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।
Romans 15:14 in Oriya 14 ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।
2 Corinthians 6:6 in Oriya 6 ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ଅକପଟ ପ୍ରେମରେ,
1 Timothy 1:5 in Oriya 5 କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,
1 Timothy 4:6 in Oriya 6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ;
2 Timothy 1:12 in Oriya 12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
2 Timothy 3:15 in Oriya 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
Hebrews 6:9 in Oriya 9 କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ।
Hebrews 11:13 in Oriya 13 ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।
1 Peter 1:22 in Oriya 22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;