2 Timothy 2:2 in Oriya 2 ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର।
Other Translations King James Version (KJV) And the things that thou hast heard of me among many witnesses, the same commit thou to faithful men, who shall be able to teach others also.
American Standard Version (ASV) And the things which thou hast heard from me among many witnesses, the same commit thou to faithful men, who shall be able to teach others also.
Bible in Basic English (BBE) And the things which I have said to you before a number of witnesses, give to those of the faith, so that they may be teachers of others.
Darby English Bible (DBY) And the things thou hast heard of me in the presence of many witnesses, these entrust to faithful men, such as shall be competent to instruct others also.
World English Bible (WEB) The things which you have heard from me among many witnesses, commit the same to faithful men, who will be able to teach others also.
Young's Literal Translation (YLT) and the things that thou didst hear from me through many witnesses, these things be committing to stedfast men, who shall be sufficient also others to teach;
Cross Reference Numbers 12:7 in Oriya 7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।
1 Samuel 2:35 in Oriya 35 ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ।
Ezra 7:10 in Oriya 10 ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।
Ezra 7:25 in Oriya 25 ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।
Nehemiah 7:2 in Oriya 2 ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୁଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।
Psalm 101:6 in Oriya 6 ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋ' ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।
Proverbs 13:17 in Oriya 17 ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ।
Jeremiah 23:28 in Oriya 28 ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, “ଶସ୍ୟ ନିକଟରେ ପାଳ କଅଣ ?”
Malachi 2:7 in Oriya 7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
Matthew 13:52 in Oriya 52 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।
Matthew 24:25 in Oriya 25 ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି।
Luke 12:42 in Oriya 42 ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ ?
Luke 16:10 in Oriya 10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।
1 Corinthians 4:2 in Oriya 2 ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।
Colossians 1:7 in Oriya 7 ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;
1 Timothy 1:12 in Oriya 12 ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
1 Timothy 1:18 in Oriya 18 ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;
1 Timothy 3:2 in Oriya 2 ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
1 Timothy 4:6 in Oriya 6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ;
1 Timothy 4:14 in Oriya 14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।
1 Timothy 5:22 in Oriya 22 ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।
1 Timothy 6:12 in Oriya 12 ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୁତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।
2 Timothy 1:13 in Oriya 13 ମୋଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ।
2 Timothy 2:24 in Oriya 24 ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ୍;
2 Timothy 3:10 in Oriya 10 କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୖୖେର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।
2 Timothy 3:14 in Oriya 14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହି ସବୁ ଶିକ୍ଷା କରିଅଛ;
Titus 1:5 in Oriya 5 ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
Hebrews 2:17 in Oriya 17 ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଇଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।
Hebrews 3:2 in Oriya 2 ମୋଶା ଯେପରି ଇଶ୍ବରଙ୍କ ଗୃହ ମଧ୍ୟରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।