2 Timothy 2:22 in Oriya 22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।
Other Translations King James Version (KJV) Flee also youthful lusts: but follow righteousness, faith, charity, peace, with them that call on the Lord out of a pure heart.
American Standard Version (ASV) after righteousness, faith, love, pace, with them that call on the Lord out of a pure heart.
Bible in Basic English (BBE) But keep yourself from those desires of the flesh which are strong when the body is young, and go after righteousness, faith, love, peace, with those whose prayers go up to the Lord from a clean heart.
Darby English Bible (DBY) But youthful lusts flee, and pursue righteousness, faith, love, peace, with those that call upon the Lord out of a pure heart.
World English Bible (WEB) Flee from youthful lusts; but pursue righteousness, faith, love, and peace with those who call on the Lord out of a pure heart.
Young's Literal Translation (YLT) and the youthful lusts flee thou, and pursue righteousness, faith, love, peace, with those calling upon the Lord out of a pure heart;
Cross Reference 1 Chronicles 29:17 in Oriya 17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
Psalm 17:1 in Oriya 1 ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ' କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ' ପ୍ରାର୍ଥନାରେ କର୍ଣ୍ଣପାତ କର।
Psalm 66:18 in Oriya 18 ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ' କଥା ଶୁଣିବେ ନାହିଁ;
Psalm 119:9 in Oriya 9 ବୈତ୍। ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
Proverbs 6:5 in Oriya 5 ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।
Proverbs 15:8 in Oriya 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
Ecclesiastes 11:9 in Oriya 9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।
Acts 7:59 in Oriya 59 ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।
Acts 9:14 in Oriya 14 ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।
Romans 14:17 in Oriya 17 କାରଣ ଇଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
Romans 14:19 in Oriya 19 ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।
Romans 15:5 in Oriya 5 ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
1 Corinthians 1:2 in Oriya 2 କରିନ୍ଥରେ ଥିବା ଇଶ୍ବରଙ୍କ ମଣ୍ଡଳୀ ନିକଟକୁ; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,
1 Corinthians 1:10 in Oriya 10 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
1 Corinthians 6:18 in Oriya 18 ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।
1 Corinthians 10:14 in Oriya 14 ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମା ପୂଜାରୁ ପଳାୟନ କର।
1 Corinthians 14:1 in Oriya 1 ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥି ନିମନ୍ତେ ଏକାନ୍ତ ଚେଷ୍ଟା କର।
1 Timothy 1:5 in Oriya 5 କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,
1 Timothy 1:14 in Oriya 14 ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।
1 Timothy 2:8 in Oriya 8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।
1 Timothy 4:12 in Oriya 12 ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ୱାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।
1 Timothy 6:11 in Oriya 11 କିନ୍ତୁ ହେ ଇଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।
Hebrews 12:14 in Oriya 14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
1 Peter 2:11 in Oriya 11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
1 Peter 3:11 in Oriya 11 ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ।
3 John 1:11 in Oriya 11 ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ୱରଙ୍କୁ ଦର୍ଶନ କରି ନାହିଁ।