2 Timothy 3:11 in Oriya 11 ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।
Other Translations King James Version (KJV) Persecutions, afflictions, which came unto me at Antioch, at Iconium, at Lystra; what persecutions I endured: but out of them all the Lord delivered me.
American Standard Version (ASV) persecutions, sufferings. What things befell me at Antioch, at Iconium, at Lystra; what persecutions I endured. And out of them all the Lord delivered me.
Bible in Basic English (BBE) My punishments and pain; the things which came to me at Antioch, at Iconium, at Lystra; the cruel attacks made on me: and the Lord made me free from them all.
Darby English Bible (DBY) persecutions, sufferings: what [sufferings] happened to me in Antioch, in Iconium, in Lystra; what persecutions I endured; and the Lord delivered me out of all.
World English Bible (WEB) persecutions, and sufferings: those things that happened to me at Antioch, Iconium, and Lystra. I endured those persecutions. Out of them all the Lord delivered me.
Young's Literal Translation (YLT) the persecutions, the afflictions, that befel me in Antioch, in Iconium, in Lystra; what persecutions I endured, and out of all the Lord did deliver me,
Cross Reference Genesis 48:16 in Oriya 16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋ' ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
2 Samuel 22:1 in Oriya 1 ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;
2 Samuel 22:49 in Oriya 49 ପୁଣି ସେ ମୋ' ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋ' ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।
Job 5:19 in Oriya 19 ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
Psalm 34:19 in Oriya 19 ଧାର୍ମିକର ବିପଦ ଅନେକ; ମାତ୍ର ସେହି ସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
Psalm 37:40 in Oriya 40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।
Psalm 91:2 in Oriya 2 ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”
Psalm 91:14 in Oriya 14 ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 41:14 in Oriya 14 ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
Isaiah 43:2 in Oriya 2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
Jeremiah 1:19 in Oriya 19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”
Daniel 6:27 in Oriya 27 ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”
Acts 9:16 in Oriya 16 ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।
Acts 9:23 in Oriya 23 ଅନେକ ଦିନ ଗତ ହେଲା ଉତ୍ତାରେ ଯିହୂଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;
Acts 13:14 in Oriya 14 ସେମାନେ ପର୍ଗୀଠାରେ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ।
Acts 13:45 in Oriya 45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା।
Acts 13:50 in Oriya 50 କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।
Acts 14:1 in Oriya 1 ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ।
Acts 14:5 in Oriya 5 ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
Acts 14:19 in Oriya 19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।
Acts 20:19 in Oriya 19 ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୂଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହି ସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
Acts 20:23 in Oriya 23 ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି
Acts 21:32 in Oriya 32 ଏଥିରେ ସେ ସେହିକ୍ଷଣି ସୈନ୍ୟ ଓ ଶତସେନାପତିମାନଙ୍କୁ ନେଇ ସେମାନଙ୍କ ନିକଟକୁ ଦୌଡ଼ିଗଲେ। ସେମାନେ ସହସ୍ର ସେନାପତି ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ପ୍ରହାର କରିବା ବନ୍ଦ କଲେ।
Acts 23:10 in Oriya 10 ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ।
Acts 23:12 in Oriya 12 ଦିନ ହୁଅନ୍ତେ ଯିହୂଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି, ଶପଥରେ ନିଜ ନିଜକୁ ଆବଦ୍ଧ କଲେ।
Acts 25:3 in Oriya 3 ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି ଏଥି ନିମନ୍ତେ ବିନତିପୁର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ।
Acts 26:17 in Oriya 17 ସ୍ୱଜାତି ଓ ଅଣଯିହୂଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଇଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
Acts 26:22 in Oriya 22 ଅତଏବ, ଈଶ୍ୱରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହି ସବୁ ଛଡ଼ା ଆଉ କିଛି କହୁ ନାହିଁ,
Romans 8:35 in Oriya 35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ ?
1 Corinthians 4:9 in Oriya 9 କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ୱର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
2 Corinthians 1:8 in Oriya 8 କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
2 Corinthians 4:8 in Oriya 8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
2 Corinthians 11:23 in Oriya 23 ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
2 Timothy 4:7 in Oriya 7 ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
2 Timothy 4:17 in Oriya 17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;
Hebrews 10:33 in Oriya 33 ଏକ ଦିଗରେ ତିରସ୍କାର ଓ କ୍ଳେଶ ଦ୍ୱାରା କୌତୁକାସ୍ପଦ ହୋଇଥିଲ, ଅନ୍ୟ ଦିଗରେ ସେହି ପ୍ରକାର ବ୍ୟବହାର ପାଉଥିବା ଲୋକମାନଙ୍କର ସହଭାଗୀ ହୋଇଥିଲ।
2 Peter 2:9 in Oriya 9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।