2 Timothy 3:16 in Oriya 16 ସମସ୍ତ ଶାସ୍ତ୍ର ଇଶ୍ବରଙ୍କ ପ୍ରେରଣାରେ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
Other Translations King James Version (KJV) All scripture is given by inspiration of God, and is profitable for doctrine, for reproof, for correction, for instruction in righteousness:
American Standard Version (ASV) Every scripture inspired of God `is' also profitable for teaching, for reproof, for correction, for instruction which is in righteousness.
Bible in Basic English (BBE) Every holy Writing which comes from God is of profit for teaching, for training, for guiding, for education in righteousness:
Darby English Bible (DBY) Every scripture [is] divinely inspired, and profitable for teaching, for conviction, for correction, for instruction in righteousness;
World English Bible (WEB) Every writing inspired by God{literally, God-breathed} is profitable for teaching, for reproof, for correction, and for instruction which is in righteousness,
Young's Literal Translation (YLT) every Writing `is' God-breathed, and profitable for teaching, for conviction, for setting aright, for instruction that `is' in righteousness,
Cross Reference Deuteronomy 4:36 in Oriya 36 ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।
2 Samuel 23:2 in Oriya 2 “ମୋ' ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋ' ଜିହ୍ୱାରେ ଥିଲା।
Nehemiah 9:20 in Oriya 20 ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।
Psalm 19:7 in Oriya 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
Psalm 119:9 in Oriya 9 ବୈତ୍। ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
Psalm 119:11 in Oriya 11 ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
Psalm 119:97 in Oriya 97 ମେମ୍। ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
Psalm 119:130 in Oriya 130 ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।
Proverbs 6:23 in Oriya 23 ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
Proverbs 15:10 in Oriya 10 ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।
Proverbs 15:31 in Oriya 31 ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।
Micah 2:7 in Oriya 7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି ? ଏହିସବୁ କି ତାହାଙ୍କର କର୍ମ ? ଏହା କୁହାଯିବ ? ଯେଉଁଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ ?
Matthew 13:52 in Oriya 52 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।
Matthew 21:42 in Oriya 42 ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ?
Matthew 22:31 in Oriya 31 ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ୱର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ ?
Matthew 22:43 in Oriya 43 ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ପ୍ରଭୁ ବୋଲି କହନ୍ତି ?
Matthew 26:54 in Oriya 54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ ?
Matthew 26:56 in Oriya 56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
Mark 12:24 in Oriya 24 ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର ପୁଣି, ଇଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ ?
Mark 12:36 in Oriya 36 ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।
John 3:20 in Oriya 20 କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ।
John 10:35 in Oriya 35 ଯେଉଁମାନଙ୍କ ନିକଟରେ ଇଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ),
Acts 1:16 in Oriya 16 ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
Acts 18:25 in Oriya 25 ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
Acts 20:20 in Oriya 20 କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ
Acts 20:27 in Oriya 27 ମୁଁ ଇଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି।
Acts 28:25 in Oriya 25 ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥରୂପେ କହିଥିଲେ,
Romans 2:20 in Oriya 20 ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,
Romans 3:2 in Oriya 2 ସର୍ବପ୍ରଥମେ, ଇଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।
Romans 4:23 in Oriya 23 ତାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,
Romans 15:4 in Oriya 4 ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥି ନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହି ସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
1 Corinthians 12:7 in Oriya 7 କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ।
Galatians 3:8 in Oriya 8 ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Ephesians 5:11 in Oriya 11 ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ;
2 Timothy 2:25 in Oriya 25 ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,
2 Timothy 4:2 in Oriya 2 ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।
Hebrews 3:7 in Oriya 7 ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ”
Hebrews 4:12 in Oriya 12 କାରଣ ଇଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
Hebrews 11:1 in Oriya 1 ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
2 Peter 1:19 in Oriya 19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।