2 Timothy 3:2 in Oriya 2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
Other Translations King James Version (KJV) For men shall be lovers of their own selves, covetous, boasters, proud, blasphemers, disobedient to parents, unthankful, unholy,
American Standard Version (ASV) For men shall be lovers of self, lovers of money, boastful, haughty, railers, disobedient to parents, unthankful, unholy,
Bible in Basic English (BBE) For men will be lovers of self, lovers of money, uplifted in pride, given to bitter words, going against the authority of their fathers, never giving praise, having no religion,
Darby English Bible (DBY) for men shall be lovers of self, lovers of money, boastful, arrogant, evil speakers, disobedient to parents, ungrateful, profane,
World English Bible (WEB) For men will be lovers of self, lovers of money, boastful, arrogant, blasphemers, disobedient to parents, unthankful, unholy,
Young's Literal Translation (YLT) for men shall be lovers of themselves, lovers of money, boasters, proud, evil-speakers, to parents disobedient, unthankful, unkind,
Cross Reference Psalm 10:3 in Oriya 3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।
Psalm 49:6 in Oriya 6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
Psalm 52:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ?
Proverbs 6:17 in Oriya 17 ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
Isaiah 10:15 in Oriya 15 କୁରାଢି କ'ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ'ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ'ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ'ଣ ତାହାକୁ ଉଠାଇବ ?
Daniel 7:25 in Oriya 25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
Daniel 11:36 in Oriya 36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
Matthew 15:6 in Oriya 6 ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ। ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଇଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।
Mark 7:11 in Oriya 11 କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋ'ଠାରୁ, ଯାହା ଦ୍ବାରା ତୁମ୍ଭର ଉପକାର ହୋଇଥାନ୍ତା, ତାହା ‘କର୍ବାନ୍', ଅର୍ଥାତ୍ ଈଶ୍ୱରଙ୍କୁ ସମର୍ପିତ ହୋଇଅଛି,
Luke 12:15 in Oriya 15 ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।
Luke 16:14 in Oriya 14 ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Acts 5:36 in Oriya 36 କାରଣ ଏଥିପୂୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରି ଶହ ଲୋକ ତାହା ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି, ଯେତେ ଲୋକ ତାହାର ଅନୁସରଣ କଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ଓ ବିଫଳ ହେଲେ।
Romans 1:29 in Oriya 29 ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;
Romans 11:18 in Oriya 18 ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ।
Romans 15:1 in Oriya 1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ୍, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
2 Corinthians 5:15 in Oriya 15 ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି।
Philippians 2:21 in Oriya 21 ଯେଣୁ ସମସ୍ତେ ଯୀଶୁଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି।
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
2 Thessalonians 2:4 in Oriya 4 ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଇଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ।
1 Timothy 1:20 in Oriya 20 ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ୱର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି।
1 Timothy 3:3 in Oriya 3 ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,
1 Timothy 6:4 in Oriya 4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ,ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,
1 Timothy 6:10 in Oriya 10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।
2 Timothy 3:4 in Oriya 4 ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ;
James 2:8 in Oriya 8 ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ମୋଶାଙ୍କ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
James 4:6 in Oriya 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
James 4:16 in Oriya 16 କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।
2 Peter 2:3 in Oriya 3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
2 Peter 2:12 in Oriya 12 କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
2 Peter 2:18 in Oriya 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
Jude 1:10 in Oriya 10 ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।
Jude 1:16 in Oriya 16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
Revelation 13:1 in Oriya 1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ।
Revelation 13:5 in Oriya 5 ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।
Revelation 16:9 in Oriya 9 ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ।
Revelation 16:11 in Oriya 11 ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ୱରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନପରିବର୍ତ୍ତନ କଲେ ନାହିଁ।
Revelation 16:21 in Oriya 21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।
Revelation 18:12 in Oriya 12 ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ବସ୍ତ୍ର, ପଟୁବସ୍ତ୍ର, ସିନ୍ଦୁରବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଷ୍ଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର (ମାର୍ବଲ୍) ନିର୍ମିତ ସମସ୍ତ ପ୍ରକାର ବସ୍ତୁ,