2 Timothy 3:8 in Oriya 8 ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।
Other Translations King James Version (KJV) Now as Jannes and Jambres withstood Moses, so do these also resist the truth: men of corrupt minds, reprobate concerning the faith.
American Standard Version (ASV) And even as Jannes and Jambres withstood Moses, so do these also withstand the truth. Men corrupted in mind, reprobate concerning the faith.
Bible in Basic English (BBE) And as James and Jambres went against Moses, so do these go against what is true: men of evil minds, who, tested by faith, are seen to be false.
Darby English Bible (DBY) Now in the same manner in which Jannes and Jambres withstood Moses, thus these also withstand the truth; men corrupted in mind, found worthless as regards the faith.
World English Bible (WEB) Even as Jannes and Jambres opposed Moses, so do these also oppose the truth; men corrupted in mind, reprobate concerning the faith.
Young's Literal Translation (YLT) and, even as Jannes and Jambres stood against Moses, so also these do stand against the truth, men corrupted in mind, disapproved concerning the faith;
Cross Reference Exodus 7:11 in Oriya 11 ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।
Exodus 7:22 in Oriya 22 ସେତେବେଳେ ମିସ୍ରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
Exodus 8:7 in Oriya 7 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
Exodus 8:18 in Oriya 18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।
1 Kings 22:22 in Oriya 22 ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।
Jeremiah 28:1 in Oriya 1 ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ୱର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,
Acts 8:21 in Oriya 21 ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଇଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।
Acts 13:8 in Oriya 8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।
Acts 15:24 in Oriya 24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
Romans 16:18 in Oriya 18 କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।
2 Corinthians 11:13 in Oriya 13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
2 Corinthians 13:5 in Oriya 5 ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।
Galatians 1:7 in Oriya 7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
Galatians 2:4 in Oriya 4 ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
Ephesians 4:14 in Oriya 14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
1 Timothy 1:19 in Oriya 19 ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,
1 Timothy 4:2 in Oriya 2 ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;
1 Timothy 6:5 in Oriya 5 ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
2 Timothy 4:15 in Oriya 15 ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।
Titus 1:10 in Oriya 10 କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;
Titus 1:16 in Oriya 16 ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
1 John 2:18 in Oriya 18 ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।
1 John 4:1 in Oriya 1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
Jude 1:18 in Oriya 18 ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।
Revelation 2:6 in Oriya 6 ହେଲେ, ତୁମ୍ଭର ଏହି ସଦ୍ଗୁଣ ଅଛି ଯେ, ଆମ୍ଭେ ନୀକଲାତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହି ସବୁ ଘୃଣା କରୁଅଛ।
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।