2 Timothy 4:3 in Oriya 3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
Other Translations King James Version (KJV) For the time will come when they will not endure sound doctrine; but after their own lusts shall they heap to themselves teachers, having itching ears;
American Standard Version (ASV) For the time will come when they will not endure the sound doctrine; but, having itching ears, will heap to themselves teachers after their own lusts;
Bible in Basic English (BBE) For the time will come when they will not take the true teaching; but, moved by their desires, they will get for themselves a great number of teachers for the pleasure of hearing them;
Darby English Bible (DBY) For the time shall be when they will not bear sound teaching; but according to their own lusts will heap up to themselves teachers, having an itching ear;
World English Bible (WEB) For the time will come when they will not listen to the sound doctrine, but, having itching ears, will heap up for themselves teachers after their own lusts;
Young's Literal Translation (YLT) for there shall be a season when the sound teaching they will not suffer, but according to their own desires to themselves they shall heap up teachers -- itching in the hearing,
Cross Reference Exodus 32:33 in Oriya 33 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା।
1 Kings 18:22 in Oriya 22 ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍ର ଭବିଷ୍ୟଦ୍ବକ୍ତା ଚାରିଶହ ପଚାଶ ଜଣ ଅଛନ୍ତି।
1 Kings 22:8 in Oriya 8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ' ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
1 Kings 22:18 in Oriya 18 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ ?”
2 Chronicles 16:9 in Oriya 9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
2 Chronicles 18:4 in Oriya 4 ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
2 Chronicles 24:20 in Oriya 20 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।
2 Chronicles 25:15 in Oriya 15 ଏହେତୁ ଅମତ୍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି ?
Isaiah 28:12 in Oriya 12 ସେ ସେମାନଙ୍କୁ କହିଲେ, “ଏହି ବିଶ୍ରାମ, ତୁମ୍ଭେମାନେ କ୍ଳାନ୍ତ ଲୋକମାନଙ୍କୁ ବିଶ୍ରାମ ଦିଅନ୍ତି, ପୁଣି, ଏହି ତ ଆରାମ,” ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ।
Isaiah 33:9 in Oriya 9 ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ୍ ଓ କର୍ମିଲ୍ ପତ୍ର ଝାଡ଼ି ଦେଉଅଛନ୍ତି।
Jeremiah 5:31 in Oriya 31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?
Jeremiah 6:16 in Oriya 16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
Jeremiah 18:18 in Oriya 18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
Jeremiah 23:16 in Oriya 16 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।
Jeremiah 27:9 in Oriya 9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ' ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Jeremiah 29:8 in Oriya 8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।
Amos 7:10 in Oriya 10 ଯେତେବେଳେ ବୈଥେଲର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।”
Micah 2:11 in Oriya 11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।
Luke 6:26 in Oriya 26 ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ।
Luke 20:19 in Oriya 19 ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।
John 3:19 in Oriya 19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
John 8:45 in Oriya 45 କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ।
Acts 17:21 in Oriya 21 ଆଥିନୀରେ ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ।
1 Corinthians 2:1 in Oriya 1 ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଇଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।
1 Corinthians 2:4 in Oriya 4 ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଇଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,
Galatians 4:16 in Oriya 16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି ?
1 Timothy 1:10 in Oriya 10 ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;
1 Timothy 4:1 in Oriya 1 ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
2 Timothy 3:1 in Oriya 1 କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ;
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।