Acts 1:13 in Oriya 13 ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ‘ଉଦ୍ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।
Other Translations King James Version (KJV) And when they were come in, they went up into an upper room, where abode both Peter, and James, and John, and Andrew, Philip, and Thomas, Bartholomew, and Matthew, James the son of Alphaeus, and Simon Zelotes, and Judas the brother of James.
American Standard Version (ASV) And when they were come in, they went up into the upper chamber, where they were abiding; both Peter and John and James and Andrew, Philip and Thomas, Bartholomew and Matthew, James `the son' of Alphaeus, and Simon the Zealot, and Judas `the son' of James.
Bible in Basic English (BBE) And when they came in, they went up into the room where they were living; Peter and John and James and Andrew, Philip and Thomas, Bartholomew and Matthew, James, the son of Alphaeus, and Simon the Zealot, and Judas, the son of James.
Darby English Bible (DBY) And when they were come into [the city], they went up to the upper chamber, where were staying both Peter, and John, and James, and Andrew, Philip and Thomas, Bartholomew and Matthew, James [son] of Alphaeus, and Simon the zealot, and Jude [the brother] of James.
World English Bible (WEB) When they had come in, they went up into the upper room, where they were staying; that is Peter, John, James, Andrew, Philip, Thomas, Bartholomew, Matthew, James the son of Alphaeus, Simon the Zealot, and Judas the son of James.
Young's Literal Translation (YLT) and when they came in, they went up to the upper room, where were abiding both Peter, and James, and John, and Andrew, Philip, and Thomas, Bartholomew, and Matthew, James, of Alphaeus, and Simon the Zelotes, and Judas, of James;
Cross Reference Matthew 4:18 in Oriya 18 ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
Matthew 9:9 in Oriya 9 ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
Matthew 10:2 in Oriya 2 ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,
Mark 2:14 in Oriya 14 ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, ମୋହର ଅନୁଗମନ କର। ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
Mark 3:16 in Oriya 16 ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ।
Mark 5:37 in Oriya 37 ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ।
Mark 9:2 in Oriya 2 ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ନେଇ ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।
Mark 14:15 in Oriya 15 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।
Mark 14:33 in Oriya 33 ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ।
Luke 5:27 in Oriya 27 ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର।
Luke 6:13 in Oriya 13 ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,
Luke 22:12 in Oriya 12 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠୋରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର।
John 1:40 in Oriya 40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ।
John 6:5 in Oriya 5 ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା ?
John 11:16 in Oriya 16 ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା।
John 12:21 in Oriya 21 ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।
John 13:23 in Oriya 23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।
John 14:8 in Oriya 8 ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
John 18:17 in Oriya 17 ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କ'ଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ ? ସେ କହିଲେ, ମୁଁ ନୁହେଁ।
John 18:25 in Oriya 25 ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କ'ଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ।
John 20:26 in Oriya 26 ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
John 21:2 in Oriya 2 ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
Acts 2:14 in Oriya 14 କିନ୍ତୁ ପିତର ଏଗାର ଜଣଙ୍କ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।
Acts 2:38 in Oriya 38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
Acts 3:1 in Oriya 1 ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
Acts 4:13 in Oriya 13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
Acts 4:19 in Oriya 19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଇଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଇଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
Acts 8:14 in Oriya 14 ଶମିରୋଣର ଲୋକମାନେ ଯେ ଇଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।
Acts 9:32 in Oriya 32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ।
Acts 10:9 in Oriya 9 ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
Acts 12:2 in Oriya 2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ଼୍ଗରେ ବଧ କଲେ।
Acts 12:17 in Oriya 17 କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।
Acts 15:7 in Oriya 7 ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୂଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ୱର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।
Acts 15:13 in Oriya 13 ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ।
Acts 20:8 in Oriya 8 ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।
1 Corinthians 15:7 in Oriya 7 ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତଙ୍କୁ ଦର୍ଶନ ଦେଲେ;
Galatians 1:19 in Oriya 19 କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।
Galatians 2:9 in Oriya 9 ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;
James 1:1 in Oriya 1 ଇଶ୍ବରଙ୍କ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର।
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
2 John 1:1 in Oriya 1 ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।
Jude 1:1 in Oriya 1 ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଇଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
Revelation 1:1 in Oriya 1 ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।