Acts 1:16 in Oriya 16 ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
Other Translations King James Version (KJV) Men and brethren, this scripture must needs have been fulfilled, which the Holy Ghost by the mouth of David spake before concerning Judas, which was guide to them that took Jesus.
American Standard Version (ASV) Brethren, it was needful that the Scripture should be fulfilled, which the Holy Spirit spake before by the mouth of David concerning Judas, who was guide to them that took Jesus.
Bible in Basic English (BBE) My brothers, the word of God had to be put into effect, which the Holy Spirit had said before, by the mouth of David, about Judas, who was guide to those who took Jesus,
Darby English Bible (DBY) Brethren, it was necessary that the scripture should have been fulfilled, which the Holy Spirit spoke before, by the mouth of David, concerning Judas, who became guide to those who took Jesus;
World English Bible (WEB) "Brothers, it was necessary that this Scripture should be fulfilled, which the Holy Spirit spoke before by the mouth of David concerning Judas, who was guide to those who took Jesus.
Young's Literal Translation (YLT) `Men, brethren, it behoved this Writing that it be fulfilled that beforehand the Holy Spirit spake through the mouth of David, concerning Judas, who became guide to those who took Jesus,
Cross Reference 2 Samuel 23:2 in Oriya 2 “ମୋ' ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋ' ଜିହ୍ୱାରେ ଥିଲା।
Psalm 41:9 in Oriya 9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
Psalm 55:12 in Oriya 12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋ' ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
Matthew 26:47 in Oriya 47 ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ଼୍ଗ ଓ ଯଷ୍ଟି ଧରି ଆସିଲେ।
Matthew 26:54 in Oriya 54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ ?
Matthew 26:56 in Oriya 56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
Mark 12:36 in Oriya 36 ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।
Mark 14:43 in Oriya 43 ଆଉ ତତ୍କ୍ଷଣାତ୍, ଯୀଶୁ କଥା କହୁଥିବା ସମୟରେ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କଠାରୁ ଲୋକସମୂହ ଖଡ଼୍ଗ ଓ ଠେଙ୍ଗା ଧରି ଆସିଲେ।
Luke 22:47 in Oriya 47 ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା
John 10:35 in Oriya 35 ଯେଉଁମାନଙ୍କ ନିକଟରେ ଇଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ),
John 12:38 in Oriya 38 ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
John 13:18 in Oriya 18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।
John 18:2 in Oriya 2 ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ।
John 19:28 in Oriya 28 ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି।
John 19:36 in Oriya 36 କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ।
Acts 1:20 in Oriya 20 ଆଉ, ଗୀତସଂହିତାରେ ଲେଖା ଅଛି, ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ। ଏବଂ ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 2:29 in Oriya 29 ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।
Acts 2:37 in Oriya 37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?
Acts 4:25 in Oriya 25 ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, ଅଣଯିହୂଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ ?
Acts 7:2 in Oriya 2 ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂୂର୍ବେ ଯେତେବେଳେ ସେ ମେସପଟାମିଆ ଦେଶରେ ଥିଲେ, ସେତେବେଳେ ସେ ଗୌରବମୟ ଈଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ,
Acts 13:15 in Oriya 15 ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର କଥା ଅଛି, ତେବେ କହନ୍ତୁ।
Acts 13:26 in Oriya 26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
Acts 13:38 in Oriya 38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
Acts 15:7 in Oriya 7 ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୂଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ୱର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।
Acts 15:13 in Oriya 13 ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ।
Acts 22:1 in Oriya 1 ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ।
Acts 23:1 in Oriya 1 ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଇଶ୍ବରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି।
Acts 23:6 in Oriya 6 ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି।
Acts 28:17 in Oriya 17 ତିନି ଦିନ ପରେ ସେ ଯିହୂଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି।
Acts 28:25 in Oriya 25 ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥରୂପେ କହିଥିଲେ,
Hebrews 3:7 in Oriya 7 ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ”
1 Peter 1:11 in Oriya 11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।
2 Peter 2:21 in Oriya 21 କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା।