Acts 10:11 in Oriya 11 ଆକାଶ ଖୋଲା ହୋଇଅଛି, ପୁଣି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;
Other Translations King James Version (KJV) And saw heaven opened, and a certain vessel descending upon him, as it had been a great sheet knit at the four corners, and let down to the earth:
American Standard Version (ASV) and he beholdeth the heaven opened, and a certain vessel descending, as it were a great sheet, let down by four corners upon the earth:
Bible in Basic English (BBE) And he saw the heavens opening, and a vessel coming down, like a great cloth let down on the earth,
Darby English Bible (DBY) and he beholds the heaven opened, and a certain vessel descending, as a great sheet, [bound] by [the] four corners [and] let down to the earth;
World English Bible (WEB) He saw heaven opened and a certain container descending to him, like a great sheet let down by four corners on the earth,
Young's Literal Translation (YLT) and he doth behold the heaven opened, and descending unto him a certain vessel, as a great sheet, bound at the four corners, and let down upon the earth,
Cross Reference Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Isaiah 11:6 in Oriya 6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତା ବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରୀ, ଯୁବାସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।
Isaiah 19:23 in Oriya 23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।
Isaiah 43:6 in Oriya 6 ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;
Isaiah 56:8 in Oriya 8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, “ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”
Ezekiel 1:1 in Oriya 1 ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।
Matthew 8:11 in Oriya 11 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରାହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
Matthew 13:47 in Oriya 47 ପୁନଶ୍ଚ, ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ।
Luke 3:21 in Oriya 21 ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,
John 1:51 in Oriya 51 ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଇଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।
John 11:52 in Oriya 52 ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଇଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।
John 12:32 in Oriya 32 ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।
Acts 7:56 in Oriya 56 ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।
Romans 1:16 in Oriya 16 କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
Romans 3:29 in Oriya 29 କିମ୍ବା ଈଶ୍ୱର କି କେବଳ ଯିହୂଦୀମାନଙ୍କର ଈଶ୍ୱର ? ସେ କି ଅଣଯିହୂଦୀମାନଙ୍କର ମଧ୍ୟ ଈଶ୍ୱର ନୁହଁନ୍ତି ? ହଁ, ଅଣଯିହୂଦୀମାନଙ୍କର ମଧ୍ୟ।
Romans 9:4 in Oriya 4 ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;
Romans 15:9 in Oriya 9 ପୁଣି, ଯେପରି ଅଣଯିହୂଦୀମାନେ ଇଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
Galatians 2:15 in Oriya 15 ଆମ୍ଭେମାନେ ଜନ୍ମରେ ଯିହୂଦୀ, ଅଣଯିହୂଦୀ ପାପୀ ନୋହୁଁ,
Galatians 3:28 in Oriya 28 ଯିହୂଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।
Ephesians 1:10 in Oriya 10 ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
Ephesians 3:6 in Oriya 6 ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୂଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;
Colossians 3:11 in Oriya 11 ଏପରି ସ୍ଥଳେ ଗ୍ରୀକ୍ ଓ ଯିହୂଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।
Revelation 4:1 in Oriya 1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ।
Revelation 11:19 in Oriya 19 ସେତେବେଳେ ସ୍ୱର୍ଗରେ ଥିବା ଇଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।