Acts 10:22 in Oriya 22 ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।
Other Translations King James Version (KJV) And they said, Cornelius the centurion, a just man, and one that feareth God, and of good report among all the nation of the Jews, was warned from God by an holy angel to send for thee into his house, and to hear words of thee.
American Standard Version (ASV) And they said, Cornelius a centurion, a righteous man and one that feareth God, and well reported of by all the nation of the Jews, was warned `of God' by a holy angel to send for thee into his house, and to hear words from thee.
Bible in Basic English (BBE) And they said, Cornelius, a captain, an upright and God-fearing man, respected by all the nation of the Jews, had word from God by an angel to send for you to his house, and to give hearing to your words.
Darby English Bible (DBY) And they said, Cornelius, a centurion, a righteous man, and fearing God, and borne witness to by the whole nation of the Jews, has been divinely instructed by a holy angel to send for thee to his house, and hear words from thee.
World English Bible (WEB) They said, "Cornelius, a centurion, a righteous man and one who fears God, and well spoken of by all the nation of the Jews, was directed by a holy angel to invite you to his house, and to listen to what you say."
Young's Literal Translation (YLT) And they said, `Cornelius, a centurion, a man righteous and fearing God, well testified to, also, by all the nation of the Jews, was divinely warned by a holy messenger to send for thee, to his house, and to hear sayings from thee.'
Cross Reference Hosea 14:9 in Oriya 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Habakkuk 2:4 in Oriya 4 ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
Matthew 1:19 in Oriya 19 ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।
Mark 6:20 in Oriya 20 କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।
Mark 8:38 in Oriya 38 ଯେଣୁ ଯେ କେହି ଏହି କାଳର ଅବିଶ୍ବସ୍ତ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।
Luke 2:25 in Oriya 25 ଆଉ ଦେଖ, ଯିରୂଶାଲମରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ।
Luke 7:4 in Oriya 4 ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;
Luke 23:50 in Oriya 50 ଆଉ ଦେଖ, ଯିହୂଦୀମାନଙ୍କର ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 6:63 in Oriya 63 ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହି ସବୁ ଆତ୍ମା ଓ ଜୀବନ ଅଟେ।
John 6:68 in Oriya 68 ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା ? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;
John 13:20 in Oriya 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
John 17:8 in Oriya 8 କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହି ସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।
John 17:20 in Oriya 20 ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋ'ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,
Acts 6:3 in Oriya 3 ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
Acts 10:2 in Oriya 2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଇଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।
Acts 10:6 in Oriya 6 ସେ ଶିମୋନ ନାମକ ଜଣେ ଚର୍ମକାରଙ୍କ ଅତିଥିସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ।
Acts 10:33 in Oriya 33 ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଇଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।
Acts 11:14 in Oriya 14 ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହି ସବୁ କହିବେ।
Acts 22:12 in Oriya 12 ସେହି ସ୍ଥାନରେ ଥିବା ସମସ୍ତ ଯିହୂଦୀଙ୍କ ନିକଟରେ ସୁକ୍ଷାତିସମ୍ପନ୍ନ ହନନୀୟ ନାମକ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
Acts 24:15 in Oriya 15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।
Romans 1:17 in Oriya 17 ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”
Romans 10:17 in Oriya 17 ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
2 Corinthians 5:18 in Oriya 18 କିନ୍ତୁ ସମସ୍ତ ବିଷୟ ଈଶ୍ୱରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
1 Timothy 3:7 in Oriya 7 ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।
Hebrews 10:38 in Oriya 38 ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।
Hebrews 11:2 in Oriya 2 ତଦ୍ୱାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ।
Hebrews 12:23 in Oriya 23 ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,
2 Peter 3:2 in Oriya 2 ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥି ନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହି ସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।
3 John 1:12 in Oriya 12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।