Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
Other Translations King James Version (KJV) How God anointed Jesus of Nazareth with the Holy Ghost and with power: who went about doing good, and healing all that were oppressed of the devil; for God was with him.
American Standard Version (ASV) `even' Jesus of Nazareth, how God anointed him with the Holy Spirit and with power: who went about doing good, and healing all that were oppressed of the devil; for God was with him.
Bible in Basic English (BBE) About Jesus of Nazareth, how God gave the Holy Spirit to him, with power: and how he went about doing good and making well all who were troubled by evil spirits, for God was with him.
Darby English Bible (DBY) Jesus who [was] of Nazareth: how God anointed him with [the] Holy Spirit and with power; who went through [all quarters] doing good, and healing all that were under the power of the devil, because God was with him.
World English Bible (WEB) even Jesus of Nazareth, how God anointed him with the Holy Spirit and with power, who went about doing good and healing all who were oppressed by the devil, for God was with him.
Young's Literal Translation (YLT) Jesus who `is' from Nazareth -- how God did anoint him with the Holy Spirit and power; who went through, doing good, and healing all those oppressed by the devil, because God was with him;
Cross Reference 2 Chronicles 17:9 in Oriya 9 ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।
Psalm 2:2 in Oriya 2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 45:7 in Oriya 7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
Isaiah 11:2 in Oriya 2 ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
Isaiah 42:1 in Oriya 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Matthew 4:23 in Oriya 23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,
Matthew 9:35 in Oriya 35 ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
Matthew 12:15 in Oriya 15 ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
Matthew 12:28 in Oriya 28 କିନ୍ତୁ ମୁଁ ଯଦି ଇଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
Matthew 15:21 in Oriya 21 ଯୀଶୁ ସେଇ ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।
Mark 1:38 in Oriya 38 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି।
Mark 3:7 in Oriya 7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୂଦା,
Mark 5:13 in Oriya 13 ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ। ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା।
Mark 6:6 in Oriya 6 ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।
Mark 6:54 in Oriya 54 ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି,
Mark 7:29 in Oriya 29 ସେଥିରେ ଯୀଶୁ ତାହାକୁ କହିଲେ, ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି।
Luke 3:22 in Oriya 22 ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
Luke 4:18 in Oriya 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
Luke 4:33 in Oriya 33 ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତଗ୍ରସ୍ତ ଲୋକ ଥିଲା; ସେ ଉଚ୍ଚ ସ୍ୱରରେ ଚିତ୍କାର କଲା,
Luke 7:10 in Oriya 10 ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ।
Luke 7:21 in Oriya 21 ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧଙ୍କୁ ଦେଖିବାର ଶକ୍ତି ଦେଲେ।
Luke 9:42 in Oriya 42 ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ।
Luke 9:56 in Oriya 56 ତାପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ।
John 3:2 in Oriya 2 ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ।
John 3:34 in Oriya 34 କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଇଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ।
John 6:27 in Oriya 27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ୱର ମୁଦ୍ରାଙ୍କିତ କଲେ।
John 10:32 in Oriya 32 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହି ସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ ?
John 10:36 in Oriya 36 ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଇଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ ?
John 16:32 in Oriya 32 ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋ' ସାଙ୍ଗରେ ଅଛନ୍ତି।
Acts 2:22 in Oriya 22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଇଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;
Acts 4:26 in Oriya 26 ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ।
Hebrews 1:9 in Oriya 9 “ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ୱର, ତୁମ୍ଭର ଈଶ୍ୱର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।”
Hebrews 2:14 in Oriya 14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
1 Peter 5:8 in Oriya 8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
1 John 3:8 in Oriya 8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଇଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।