Acts 10:42 in Oriya 42 ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।
Other Translations King James Version (KJV) And he commanded us to preach unto the people, and to testify that it is he which was ordained of God to be the Judge of quick and dead.
American Standard Version (ASV) And he charged us to preach unto the people, and to testify that this is he who is ordained of God `to be' the Judge of the living and the dead.
Bible in Basic English (BBE) And he gave us orders to give news of this to the people, and to give public witness that this is he whom God has made judge of the living and the dead.
Darby English Bible (DBY) And he commanded us to preach to the people, and to testify that *he* it is who was determinately appointed of God [to be] judge of living and dead.
World English Bible (WEB) He charged us to preach to the people and to testify that this is he who is appointed by God as the Judge of the living and the dead.
Young's Literal Translation (YLT) and he commanded us to preach to the people, and to testify fully that it is he who hath been ordained by God judge of living and dead --
Cross Reference Matthew 25:31 in Oriya 31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
Matthew 28:19 in Oriya 19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
Mark 16:15 in Oriya 15 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
Luke 24:47 in Oriya 47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
John 5:22 in Oriya 22 ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି।
John 21:21 in Oriya 21 ପିତର ତାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କ'ଣ ?
Acts 1:2 in Oriya 2 ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟ ନେଇ ମୁଁ ପ୍ରଥମ ଲୂକ ପୁସ୍ତକଟି ଲେଖିଅଛି।
Acts 1:8 in Oriya 8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
Acts 4:19 in Oriya 19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଇଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଇଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
Acts 5:20 in Oriya 20 “ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।”
Acts 5:29 in Oriya 29 କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଇଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।
Acts 17:31 in Oriya 31 କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
Romans 14:9 in Oriya 9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।
2 Corinthians 5:10 in Oriya 10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
2 Timothy 4:1 in Oriya 1 ମୁଁ ଇଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
2 Timothy 4:8 in Oriya 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
1 Peter 4:5 in Oriya 5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।
Revelation 1:7 in Oriya 7 ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ ଆମେନ୍।
Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।
Revelation 22:12 in Oriya 12 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।