Acts 11:1 in Oriya 1 ଅଣଯିହୂଦୀମାନେ ମଧ୍ୟ ଯେ ଇଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ।
Other Translations King James Version (KJV) And the apostles and brethren that were in Judaea heard that the Gentiles had also received the word of God.
American Standard Version (ASV) Now the apostles and the brethren that were in Judaea heard that the Gentiles also had received the word of God.
Bible in Basic English (BBE) Now the Apostles and the brothers who were in Judaea had news that the word of God had been given to the Gentiles.
Darby English Bible (DBY) And the apostles and the brethren who were in Judaea heard that the nations also had received the word of God;
World English Bible (WEB) Now the apostles and the brothers{The word for "brothers" here and where context allows may also be correctly translated "brothers and sisters" or "siblings."} who were in Judea heard that the Gentiles had also received the word of God.
Young's Literal Translation (YLT) And the apostles and the brethren who are in Judea heard that also the nations did receive the word of God,
Cross Reference Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Psalm 22:27 in Oriya 27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
Psalm 96:1 in Oriya 1 ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
Isaiah 11:10 in Oriya 10 ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।
Isaiah 32:15 in Oriya 15 ଶେଷରେ ଉର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।
Isaiah 35:1 in Oriya 1 ପ୍ରାନ୍ତର ଓ ନିଷଦ୍ଦ ସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
Isaiah 42:1 in Oriya 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।
Isaiah 42:6 in Oriya 6 “ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,
Isaiah 49:6 in Oriya 6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
Isaiah 52:10 in Oriya 10 ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।
Isaiah 60:3 in Oriya 3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
Isaiah 62:2 in Oriya 2 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ୱାରା ଏକ ନୂତନ ନାମରେ ଖ୍ୟାତ ହେବ।
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Hosea 2:23 in Oriya 23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ‘ତୁମ୍ଭେ ଆମ୍ଭର ଲୋକ' ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।'”
Amos 9:11 in Oriya 11 “ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
Micah 5:7 in Oriya 7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।
Zephaniah 2:11 in Oriya 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
Zephaniah 3:9 in Oriya 9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।
Zechariah 2:11 in Oriya 11 “ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
Zechariah 8:20 in Oriya 20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।
Malachi 1:11 in Oriya 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”
Matthew 8:11 in Oriya 11 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରାହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
Mark 16:5 in Oriya 5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।
Luke 2:32 in Oriya 32 ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ।
Acts 8:14 in Oriya 14 ଶମିରୋଣର ଲୋକମାନେ ଯେ ଇଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।
Acts 10:34 in Oriya 34 ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,
Acts 14:27 in Oriya 27 ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ।
Acts 15:3 in Oriya 3 ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୖେନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୂଦୀମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।
Romans 15:7 in Oriya 7 ଅତଏବ ଇଶ୍ବରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର।
Galatians 1:17 in Oriya 17 କିଅବା ମୋ' ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମକୁ ନ ଯାଇ ସେହିକ୍ଷଣି ଆରବକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେସକକୁ ବାହୁଡ଼ି ଆସିଲି।