Acts 11:23 in Oriya 23 ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
Other Translations King James Version (KJV) Who, when he came, and had seen the grace of God, was glad, and exhorted them all, that with purpose of heart they would cleave unto the Lord.
American Standard Version (ASV) who, when he was come, and had seen the grace of God, was glad; and he exhorted them all, that with purpose of heart they would cleave unto the Lord:
Bible in Basic English (BBE) Who, when he came and saw the grace of God, was glad; and he made clear to them the need of keeping near the Lord with all the strength of their hearts:
Darby English Bible (DBY) who, having arrived and seeing the grace of God, rejoiced, and exhorted all with purpose of heart to abide with the Lord;
World English Bible (WEB) who, when he had come, and had seen the grace of God, was glad. He exhorted them all, that with purpose of heart they should remain near to the Lord.
Young's Literal Translation (YLT) who, having come, and having seen the grace of God, was glad, and was exhorting all with purpose of heart to cleave to the Lord,
Cross Reference Deuteronomy 10:20 in Oriya 20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ।
Deuteronomy 30:20 in Oriya 20 ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।
Joshua 22:5 in Oriya 5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ୍ ହୁଅ।”
Joshua 23:8 in Oriya 8 ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ଥାଅ।
Psalm 17:3 in Oriya 3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।
Proverbs 23:15 in Oriya 15 ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ।
Proverbs 23:28 in Oriya 28 ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।
Daniel 1:8 in Oriya 8 ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
Matthew 16:24 in Oriya 24 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
Mark 2:5 in Oriya 5 ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, “ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।”
John 8:31 in Oriya 31 ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
John 15:4 in Oriya 4 ମୋ'ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋ'ଠାରେ ନ ରହିଲେ ଫଳ ଫଳି ପାର ନାହିଁ।
Acts 13:43 in Oriya 43 ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଇଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।
Acts 14:22 in Oriya 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Acts 14:26 in Oriya 26 ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।
Acts 15:40 in Oriya 40 କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,
Acts 20:24 in Oriya 24 କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଇଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
Acts 20:32 in Oriya 32 ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
1 Corinthians 15:58 in Oriya 58 ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।
2 Corinthians 1:17 in Oriya 17 ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କ'ଣ ଅସ୍ଥିର ଭାବରେ ଆଚରଣ କରିଥିଲି ? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କ'ଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ ?
Colossians 1:6 in Oriya 6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଇଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।
1 Thessalonians 1:3 in Oriya 3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;
1 Thessalonians 3:2 in Oriya 2 ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଇଶ୍ବରଙ୍କ ସହକାର୍ଯ୍ୟକାରୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,
2 Timothy 1:4 in Oriya 4 ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;
2 Timothy 3:10 in Oriya 10 କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୖୖେର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।
Hebrews 10:19 in Oriya 19 ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,
Hebrews 10:32 in Oriya 32 କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
2 Peter 1:4 in Oriya 4 ତଦ୍ୱାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହି ସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ୱରିକ ସ୍ୱଭାବର ସହଭାଗୀ ହୁଅ।
2 Peter 3:17 in Oriya 17 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,
1 John 2:28 in Oriya 28 ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।
3 John 1:4 in Oriya 4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।